ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

କଟକ,: ଅନୁଗୁଳରେ ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା ମାମଲାରେ ଫାଶୀ ଦଣ୍ଡ ପାଇଥିବା ୨ ଅଭିଯୁକ୍ତଙ୍କୁ ହାଇକୋର୍ଟ ଆଜି ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ଅଭିଯୁକ୍ତ ହେଲେ ପ୍ରକାଶ ବେହେରା ଏବଂ ନନ୍ଦ କିଶୋର ସେଠୀ । ଆବଶ୍ୟକ ପ୍ରମାଣ ଅଭାବରୁ ଅଦାଲତ ଏହି ଆଦେଶ ଦେଇଛନ୍ତି । ହାଇକୋର୍ଟର ବିଚାରପତି ଜଷ୍ଟିସ୍ ସଙ୍ଗମ କୁମାର ସାହୁ ଏବଂ ଜଷ୍ଟିସ୍ ଶିବ ଶଙ୍କର ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି ।

କହିରଖୁ କି, ୨୦୧୭ ମସିହାରେ ଅନୁଗୁଳର ଆଠମଲ୍ଲିକ ଅଞ୍ଚଳରେ ବିଭତ୍ସ ହତ୍ୟାକାଣ୍ଡ ଘଟିଥିଲା । ଦେଢ଼ଲକ୍ଷ ଟଙ୍କା ପାଇଁ ଏକ ପରିବାରର ବାପା, ମାଆ ଏବଂ ତାଙ୍କର ଏକ ପୁଅକୁ ଅଭିଯୁକ୍ତ ପ୍ରକାଶ ବେହେରା ଏବଂ ନନ୍ଦ କିଶୋର ସେଠୀ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଥିଲା । ଏହି ଘଟଣାରେ ପୁଲିସ ଉଭୟ ଅଭିଯୁକ୍ତଙ୍କୁ ଗିରଫ କରିଥିଲା । ଆଠମଲ୍ଲିକ ଅତିରିକ୍ତ ସେସନ୍ସ ଜଜ୍ ୨୦୨୪ ସେପ୍ଟେମ୍ବର ୨୭ ତାରିଖରେ ଏହି ମାମଲାରେ ରାୟ ପ୍ରକାଶ କରି ସେହିଦିନ ଦଣ୍ଡାଦେଶ ଘୋଷଣା କରିଥିଲେ । ଉଭୟ ଆସାମୀଙ୍କୁ ଫାଶୀ ଦଣ୍ଡାଦେଶରେ ଦଣ୍ଡିତ କରିଥିଲେ । ଏହି ଆଦେଶକୁ ଚାଲେଞ୍ଜ କରି ଅଭିଯୁକ୍ତ ଦ୍ୱୟ ହାଇକୋର୍ଟକୁ ଆସିଥିଲେ । ଆସାମୀଙ୍କ ପକ୍ଷରୁ ଆଇନଜୀବୀ ସତ୍ୟ ରଞ୍ଜନ ମୂଳିଆ ମାମଲା ପରିଚାଳନା କରୁଛନ୍ତି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ