ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ, ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୭୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । କନ୍ଧମାଳବାସୀଙ୍କ ବହୁଦିନର ଆଶା ପୂରଣ କରିଛି ଏବଂ ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇବା ପାଇଁ ସେମାନଙ୍କର ଦୀର୍ଘ ଦିନର ସ୍ଵପ୍ନ ସାକାର ହୋଇଛି । କନ୍ଧମାଳର ଏହି ମେଡିକାଲ୍ କଲେଜ୍ କେବଳ ଚିକିତ୍ସା ଶିକ୍ଷା ପ୍ରଦାନ କରିବ ନୁହେଁ, ବରଂ ଏହା ଏଠାରେ ଏକ ସୁନିଶ୍ଚିତ ଓ ଗୁଣବତ୍ତାପୂର୍ଣ୍ଣ ସ୍ଵାସ୍ଥ୍ୟ ସେବା ପ୍ରଦାନ କରିବ ଏବଂ ଆଖପାଖ ଅଞ୍ଚଳର ଲୋକଙ୍କ ଜୀବନରେ ବଡ଼ ପରିବର୍ତ୍ତନ ଆଣିବା ପାଇଁ ପ୍ରେରଣା ହେବ । ଏହି ୬୫୦ ଶଯ୍ୟା ବିଶିଷ୍ଟ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ଦ୍ଵାରା କେବଳ କନ୍ଧମାଳ ଜିଲ୍ଲା ନୁହେଁ ବରଂ ସମଗ୍ର ରାଜ୍ୟରେ ସ୍ୱାସ୍ଥ୍ୟ ସେବାର ଏକ ନୂତନ ଅଧ୍ୟାୟ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସଭାରେ ଉଦବୋଧନ ଦେଇ ସେ କହିଥିଲେଯେ, ଆମ ସରକାର ଆସିବା ମାତ୍ରେ ଓଡିଶା ଲୋକଙ୍କ ବହୁ ଆକାଙ୍ଖିତ ‘ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା, ଯାହାକୁ ରାଜନୈତିକ କାରଣରୁ ଆପଣମାନଙ୍କଠୁ ଦୂରେଇ ରଖାଯାଇଥିଲା, କାର୍ଯ୍ୟକାରୀ କରାଯାଇଛି। ଏହା ଦ୍ଵାରା ଓଡିଶାର ସାଢେ ତିନି କୋଟି ଲୋକ ନିଃଶୂଳ୍କ ସ୍ୱାସ୍ଥ୍ୟସେବା ଦେଶର ୨୯ ହଜାର ବେସରକାରୀ ମେଡିକାଲରେ ପାଇ ପାରିବେ। ‘ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା ସହିତ ରାଜ୍ୟ ସରକାରଙ୍କ ଗୋପବନ୍ଧୁ ଜନ ଆରୋଗ୍ଯ ଯୋଜନାକୁ ଏକକ ସ୍ୱାସ୍ଥ୍ୟ ସେବା ଯୋଜନାକୁ କାର୍ଯ୍ୟକାରୀ କରାଯାଉଛି। ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ସମ୍ମିଳିତ ଭାବେ ଉତ୍ତମ ସ୍ୱାସ୍ଥ୍ୟ ସେବାର ସୁବିଧା ବୃଦ୍ଧି ପାଇଁ ଗୁରୁତ୍ଵ ପ୍ରଦାନ କରୁଛି। ଏହି ତିନୋଟି ସ୍ୱାସ୍ଥ୍ୟ ସେବା ଯୋଜନା ଦ୍ଵାରା ରାଜ୍ୟର ୮୦ ପ୍ରତିଶତରୁ ବି ଅଧିକ ସାଧାରଣ ଜନତା ସୁବିଧା ପାଇବେ।

ସେ କହିଥିଲେଯେ, ଗତ ୨୪ ବର୍ଷରେ ବିଶ୍ଵସ୍ତରୀୟ ସେବା ନାଁରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସଂପୂର୍ଣ୍ଣ ଭାବେ ଅଣଦେଖା କରାଯାଇଥିଲା। ଏହାକୁ ସଜାଡିବା ସହିତ ଉନ୍ନତ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପ୍ରଦାନ ପାଇଁ କାର୍ଯ୍ୟ ଜାରି ରହିଛି। ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପାଇଁ ଆସନ୍ତା ଏକ ବର୍ଷ ମଧ୍ୟରେ ଓଡିଶାରେ ଡାକ୍ତରଙ୍କ ଅଭାବ ରହିବ ନାହିଁ, ପ୍ରତ୍ଯେକ ହସ୍ପିଟାଲରେ ଆବଶ୍ୟକ ଡାକ୍ତରଙ୍କୁ ପୋଷ୍ଟିଂ କରାଯିବ। ଏହି ସେବା ପାଇଁ ଆବଶ୍ୟକ ପାଣ୍ଠି। ମୁଁ ସେଥିପାଇଁ କୌଣସି କାର୍ପଣ୍ୟ କରିନାହିଁ। ଚଳତ ବଜେଟରେ କେବଳ ସ୍ୱାସ୍ଥ୍ୟ ସେବା ପାଇଁ ୨୩ ହଜାର ୬୩୫ କୋଟି ଟଙ୍କାର ପ୍ରାବଧାନ କରିଛି ଯାହା ମୋଟ ବଜେଟର ୮.୨ ପ୍ରତିଶତ। ଏହା ରାଜ୍ୟ ଇତିହାସରେ ସବୁଠାରୁ ଅଧିକ। ଏଥିରୁ ଆପଣମାନେ ଜାଣିପାରୁଥିବେ ସରକାର ସ୍ୱାସ୍ଥ୍ୟସେବାକୁ କେତେ ଗୁରୁତ୍ଵ ପ୍ରଦାନ କରୁଛନ୍ତି।

ଏହି ମହାବିଦ୍ୟାଳୟ, କନ୍ଧମାଳ ଓ ଆଖପାଖ ଅଞ୍ଚଳର ଯୁବପିଢ଼ିଙ୍କ ପାଇଁ ଶିକ୍ଷାର ଏକ ନୂଆ ଦ୍ୱାର ଖୋଲିଛି। ଏହି ୧୦୦ ସିଟ ବିଶିଷ୍ଟ ମହାବିଦ୍ୟାଳୟରୁ ସ୍ନାତକ ପାଇବା ପରେ ଭେଷଜ ବିଶେଷଜ୍ଞମାନେ ଭବିଷ୍ୟତରେ କେବଳ ଓଡ଼ିଶା ନୁହେଁ, ସମଗ୍ର ଦେଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇପାରିବେ। “ମାନବ ସେବା ହିଁ ମାଧବ ସେବା”, ଏହାକୁ ନିଜ ଜୀବନର ବ୍ରତ ଭାବରେ ଗ୍ରହଣ କରି ଡାକ୍ତର ମାନେ ଏହି ମହାବିଦ୍ୟାଳୟକୁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ଅଗ୍ରଣୀ ଅନୁଷ୍ଠାନ ରୂପେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଡାକ୍ତରୀ ଛାତ୍ର ଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।

ଏହି ହସ୍ପିଟାଲ ଦ୍ୱାରା, କେବଳ କନ୍ଧମାଳ ଜିଲ୍ଲା ନୁହେଁ ପାର୍ଶ୍ଵବର୍ତ୍ତୀ ନୟାଗଡ଼, ବୌଦ୍ଧ ଏବଂ କଳାହାଣ୍ଡି ଜିଲ୍ଲାର ଅଧିବାସୀମାନେ ମଧ୍ୟ ଉପକୃତ ହେବେ । ଏହା ସ୍ଥାନୀୟ ରୋଜଗାର, ଗବେଷଣା ଓ ଅର୍ଥନୈତିକ ବିକାଶ ପାଇଁ ମଧ୍ୟ ଏକ ଶକ୍ତିଶାଳୀ ଇଞ୍ଜିନ ଭାବରେ କାମ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ଫୁଲବାଣୀ ଠାରେ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୭୫୦ କୋଟି ଟଙ୍କା ମୂଲ୍ୟର ୧୦ଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ମାନଙ୍କ ମଧ୍ୟରୁ ୬୫୫ କୋଟି ଟଙ୍କାରୁ ଉର୍ଦ୍ଧ୍ବ ୫ ଟି ପ୍ରକଳ୍ପର ଶୁଭ ଉଦ୍ଘାଟନ ହେଵା ସହିତ ପ୍ରାୟ ୯୪ କୋଟିରୁ ଉର୍ଦ୍ଧ୍ବ ୫ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି ।

ସୂଚନା ଯୋଗ୍ୟଯେ, ଏହି ସବୁ ପ୍ରକଳ୍ପଗୁଡ଼ିକ ମଧ୍ୟରେ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ, ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ,ବିଦ୍ୟାଳୟ ଭିତ୍ତିଭୂମି ଉନ୍ନତି କରଣ, ପର୍ଯ୍ୟଟନ କେନ୍ଦ୍ର , ସ୍ୱାସ୍ଥ୍ୟକେନ୍ଦ୍ର, ସଡକ ନିର୍ମାଣ ପ୍ରକଳ୍ପ, ମିଶନ ଶକ୍ତି ବଜାର , ବହୁମୁଖୀ ଗୋଷ୍ଠୀ କେନ୍ଦ୍ର ଏବଂ ଅନ୍ୟାନ୍ୟ ସରକାରୀ ଭିତ୍ତିଭୂମି ରହିଛି ।
ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ସରକାର ଆସିବା ପରେ, ଏହି ଏକ ବର୍ଷ ମଧ୍ୟରେ ଓଡିଶାରେ ବିକାଶର ଧାରା ତ୍ଵରାନ୍ଵିତ ହୋଇଛି। ଏହି କ୍ରମରେ କନ୍ଧମାଳ ଜିଲ୍ଲାର ବିକାଶ ପାଇଁ ଜିଲ୍ଲାବାସୀଙ୍କୁ ଉତ୍ତମ ଶିକ୍ଷା, ସ୍ଵାସ୍ଥ୍ୟ, ପର୍ଯ୍ୟଟନ, ଭିତ୍ତିଭୂମି, ଗମନାଗମନ ଇତ୍ୟାଦି ମୌଳିକ ସୁବିଧା ଯୋଗାଇଦେବା ପାଇଁ ଆମ ସରକାରଙ୍କ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି । ଆମ ସରକାର ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରଖିଛନ୍ତି । କନ୍ଧମାଳ ଜିଲ୍ଲାରେ ମଧ୍ୟ ଆଗାମୀ ଦିନରେ ଅନେକ ଶିଳ୍ପ ପ୍ରକଳ୍ପ ସ୍ଥାପନ ହେବ । ଏହା ଜିଲ୍ଲାର ଶିଳ୍ପାୟନ ବିକାଶକୁ ଦ୍ବିଗୁଣିତ କରିବା ସହିତ ଜିଲ୍ଲାବାସୀଙ୍କ ରୋଜଗାର ଓ ନିଯୁକ୍ତି ପାଇଁ ବ୍ୟାପକ ସୁଯୋଗ ଆଣିବ ।ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଓଡ଼ିଶାର ଭୂସ୍ଵର୍ଗ ଦାରିଙ୍ଗବାଡି ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର ଧ୍ୟାନ ଦେଉଛନ୍ତି। ଦାରିଙ୍ଗବାଡିର ପର୍ଯ୍ୟଟନ ବିକାଶ ପାଇଁ ୧୮ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଅନୁମୋଦନ କରି ଟେଣ୍ଡର ଆହ୍ୱାନ କରାଯାଇଛି ଓ ପୁତୁଡି ଜଳପ୍ରପାତର ବିକାଶ ପାଇଁ ୪ କୋଟି ୫୦ ଲକ୍ଷ ଟଙ୍କା ଅର୍ଥ ଅନୁମୋଦନ କରାଯାଇଛି। ଏହା ଛଡ଼ା କନ୍ଧମାଳରେ ଥିବା ଅନ୍ୟ ପର୍ଯ୍ୟଟନ ସ୍ଥଳୀ ଗୁଡିକୁ ମଧ୍ୟ ଉନ୍ନତିକରଣ କରାଯାଇ ପର୍ଯ୍ୟଟନ ଶିଳ୍ପର ବିକାଶ କରାଯିବ। ପର୍ଯ୍ୟଟନ ସ୍ଥଳୀ ଗୁଡିକର ଉନ୍ନତୀକରଣ ହେବା ଫଳରେ ଏଠିକାର ସ୍ଥାନୀୟ ଲୋକମାନେ ପର୍ଯ୍ୟଟନ କ୍ଷେତ୍ରରେ ନିୟୋଜିତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ମତପୋଷଣ କରିଥିଲେ ।

ସେ କହିଥିଲେଯେ, କନ୍ଧମାଳ ଜିଲ୍ଲାର ପ୍ରାୟ ୫୪ ପ୍ରତିଶତ ଅଧିବାସୀ ହେଉଛନ୍ତି ଆଦିବାସୀ ସମ୍ପ୍ରଦାୟର । ଆମ ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଦାୟିତ୍ଵ ନେବା ପରଠାରୁ ଜନଜାତି ସମ୍ପ୍ରଦାୟଙ୍କ ଉନ୍ନତି ଓ କଲ୍ୟାଣ ସାଧନ ପାଇଁ ଆନେକ କାର୍ଯ୍ୟକ୍ରମ ଜାରି ରଖିଛନ୍ତି । ଆଦିବାସୀମାନଙ୍କର ଜଙ୍ଗଲ ଜମି ଅଧୀକାର ପ୍ରଦାନ କରିବା ନିମନ୍ତେ ଜିଲ୍ଲା ପ୍ରଶାସନ ତତ୍ପରତାର ସହିତ କାର୍ଯ୍ୟ କରୁଛି । ଜଙ୍ଗଲ ଜମି ଅଧିକାର ଆଇନ ଦ୍ବାରା ଗତ ଛଅ ମାସ ମଧ୍ୟରେ ୨୦ ହଜାରରୁ ଉର୍ଦ୍ଧ୍ବ ବ୍ୟକ୍ତିଗତ ପଟ୍ଟା ପ୍ରଦାନ କରଯାଇଛି। ସରକାର ନୀତିଗତ ନିଷ୍ପତ୍ତି ନେଇଛନ୍ତି ଯେ ଏଣିକି ରାଜ୍ୟରେ ଜଣେ ବି ଭୂମିହିନ ରହିବେ ନାହିଁ, ତେଣୁ ଆଗାମୀ ଦିନରେ ଜିଲ୍ଲାର ସମସ୍ତ ଭୂମିହୀନଙ୍କୁ ଜମି ଯୋଗାଇ ଦିଆଯିବ। ତିନି ଡେସିମିଲରୁ କମ ଜମି ଥିବା ଲୋକେ ବି ଏଥିରେ ଅନ୍ତର୍ଭୁକ୍ତ। PVTG ବର୍ଗଙ୍କୁ ଜଙ୍ଗଲ ଜମି ଅଧିକାର ପ୍ରଦାନ କରି ଓଡ଼ିଶା ସର୍ବଭାରତୀୟ ସ୍ତରରେ ପ୍ରଶଂସା ହାସଲ କରିଛି ।

ମୁଖ୍ୟମନ୍ତ୍ରୀ ପରିଶେଷରେ କହିଥିଲେଯେ, ଆଜି ଆମେ ୨୦୩୬ରେ ସମୃଦ୍ଧ ଓଡିଶା ଗଠନ ଓ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ କରିବା ଦିଗରେ ଅଗ୍ରସର ହେଉଛୁ। ୨୦୩୬ ସୁଦ୍ଧା ଆମେ ଲକ୍ଷ୍ୟ ରଖିଛୁ ରାଜ୍ୟର ସର୍ବାଙ୍ଗୀନ ବିକାଶ, ସାମଗ୍ରିକ ଅଭିବୃଦ୍ଧି ଏବଂ ଜନଜାତି ସଶକ୍ତିକରଣ ଜରିଆରେ ଏକ ସମୃଦ୍ଧ ଓଡିଶା ଗଠନ କରିବା ସମୃଦ୍ଧ ଓଡ଼ିଶାରେ ଆମେ ଶିକ୍ଷା, ସ୍ବାସ୍ଥ୍ୟ, ଶିଳ୍ପ, ଭିତ୍ତିଭୂମି ଆଦି ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରିବାର ଲକ୍ଷ୍ୟ ରଖିଛୁ । ସମସ୍ତଙ୍କୁ ବିଶୁଦ୍ଧ ପାଣି, ଉନ୍ନତ ସ୍ୱାସ୍ଥ୍ୟ ସେବା, ଗୁଣାତ୍ମକ ବିଜୁଳି, ଗମନାଗମନ ସୁବିଧା ଏ ସବୁ ଉପଲବ୍ଧ ହେବ । ତାହା ସହିତ ସମାଜର ଶେଷଧାଡିରେ ରହୁଥିବା ଭାଇଭଉଣୀମାନଙ୍କୁ ଯେପରି ସବୁ ପ୍ରକାର ମୌଳିକ ସୁବିଧା ଉପଲବ୍ଧ ହେବ, ସେ ଦିଗରେ ମଧ୍ୟ ଆମର ଉଦ୍ୟମ ରହିଛି ।ଉକ୍ତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, କନ୍ଧମାଳ ସାଂସଦ ଶ୍ରୀଯୁକ୍ତ ସୁକାନ୍ତ କୁମାର ପାଣିଗ୍ରାହୀ ଓ ଫୁଲବାଣୀ ବିଧାୟକ ଶ୍ରୀଯୁକ୍ତ ଉମାଚରଣ ମଲ୍ଲିକ ପ୍ରମୁଖ ମଂଚାସୀନ ଥିଲେ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ