ଫେବୃଆରୀ ୧୩ରୁ ବିଧାନସଭାର ବଜେଟ୍ ଅଧିବେଶନ

ଭୁବନେଶ୍ୱର: ଫେବୃୟାରୀ ୧୩ ତାରିଖରୁ ଆରମ୍ଭ ହେବ ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶନ । ରାଜ୍ୟପାଳଙ୍କ ଅଭିଭାଷଣରୁ ବଜେଟ୍ ଅଧିବେଶନ ଆରମ୍ଭ ହେବ । ଫେବୃୟାରୀ ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ । ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ୨୮ଦିନ ଚାଲିବ । ଫେବ୍ରୁଆରି ୧୩ରୁ ୨୧ ଯାଏଁ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବାକୁ ଥିବାବେଳେ ଫେବ୍ରୁଆରି ୨୨ରୁ ମାର୍ଚ୍ଚ ୬ତାରିଖ ଯାଏଁ ଅଧିବେଶନ ବନ୍ଦ ରହିବ । ମାର୍ଚ୍ଚ ୭ ତାରିଖ ଠାରୁ ଏପ୍ରିଲ ୫ ପର୍ଯ୍ୟନ୍ତ ୨ୟ ପର୍ଯ୍ୟାୟରେ ଅଧିବେଶନ ଜାରି ରହିବ ।
ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ଫେବୃୟାରୀ ୧୩ତାରିଖରୁ ଆରମ୍ଭ ହେବ । ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୩ରୁ ୨୧ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ୭ରୁ ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତିଙ୍କ ଅଭିଭାଷଣର କାର୍ଯ୍ୟକ୍ରମ ରହିଛି । ଫେବୃୟାରୀ ୧୪ ଓ ୧୫ତାରିଖ ଦୁଇଦିନ ଧରି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ୧୬ତାରିଖ ରବିବାର ଛୁଟି ଥିବାବେଳେ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ । ଅର୍ଥ ବିଭାଗର ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ୍ ଉପସ୍ଥାପନ କରିବେ । ୧୮ରେ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୧୯ରେ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ଏବଂ ୨୦ ଓ ୨୧ରେ ବଜେଟ୍ ଉପରେ ସାଧାରଣ ଆଲୋଚନା ଆରମ୍ଭ ହେବ । ୨୨ରୁ ମାର୍ଚ୍ଚ ୬ତାରିଖ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ବନ୍ଦ ରହିବ ।
ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ଗୃହ କାର୍ଯ୍ୟ ମାର୍ଚ୍ଚ ୭ତାରିଖରୁ ଆରମ୍ଭ ହେବ । ବିଭାଗୀୟ ଷ୍ଟାଣ୍ଡିଂ କମିଟି ରିପୋର୍ଟମାନ ଗୃହରେ ଆଗତ ହେବ । ତା’ପରେ ମାର୍ଚ୍ଚ ୧୦ରୁ ବିଭାଗୱାରି ଅନୁଦାନ ଦାବି ଉପରେ ଆଲୋଚନା ଓ ମାର୍ଚ୍ଚ ୨୯ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆସିବ ବୋଲି ବିଜ୍ଞପ୍ତିରୁ ଜଣାପଡିଛି ।
ଆର୍ଥିକ ବର୍ଷ ୨୦୨୪-୨୫ ସରିସରି ଆସୁଥିବା ବେଳେ ଆଗାମୀ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ପ୍ରାକ୍ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ରାଜ୍ୟର ବିକାଶ ପାଇଁ କେଉଁ ବିଭାଗକୁ କେତେ ଟଙ୍କା ଦେବେ ଏ ନେଇ ସରକାରଙ୍କ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ଆରମ୍ଭ କରି ବିଭିନ୍ନ ସଂଗଠନ ଓ ସଂସ୍ଥାଠୁ ମତାମତ ଲୋଡିଥିଲା । ବଜେଟ୍ କିଭଳି ହେବା ଦରକାର ସର୍ବସାଧାରଣ ମତାମତ ଦେଇଥିଲେ ।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି