ଫେବୃୟାରୀ ୩ ରେ ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଫେବୃୟାରୀ ୩ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନ ଅଭିଯୋଗ ଶୁଣାଣୀ କରିବେ। ଭୁବନେଶ୍ୱର ସ୍ଥିତ ୟୁନିଟ୍-୫ରେ ‌ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧ ତାରିଖ ପୂର୍ବାହ୍ନ ୧୧ ଘଟିକା ଠାରୁ ଆରମ୍ଭ ହେବ । ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ ।

ଏଥିନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

  • Related Posts

    କୋଟିଆ ବିବାଦ ପ୍ରସଙ୍ଗ : ଆଇନଗତ ଓ ପ୍ରଶାସନିକ ପଦକ୍ଷେପକୁ ରାଜସ୍ୱ ମନ୍ତ୍ରୀଙ୍କ ଗୁରୁତ୍ୱ

    ଭୁବନେଶ୍ୱର : କୋରାପୁଟ ଜିଲ୍ଲା ପଟାଙ୍ଗୀ ବ୍ଲକ୍ ଅନ୍ତର୍ଗତ କୋଟିଆ ଅଞ୍ଚଳରେ ଦୀର୍ଘକାଳୀନ ବିବାଦର ଶୀଘ୍ର ଓ ସ୍ଥାୟୀ ସମାଧାନ ନିମନ୍ତେ ରାଜ୍ୟ ସରକାର ଆବଶ୍ୟକ ସମସ୍ତ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ…

    Continue reading
    ଶାହଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଜନ୍ମଦିନରେ ଛୁଟୁଛି ପ୍ରଂଶସାର ସୁଅ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲେଖିଛନ୍ତି କି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ସମର୍ପଣ ଏବଂ ଦୃଢ଼ ନିଷ୍ଠା ସହିତ ରାଷ୍ଟ୍ର ସେବା କରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି