ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : ଆସନ୍ତା ୧୩ ତାରିଖରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯିବ। ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ମଙ୍ଗଳବାର କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ସମେତ ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବହୁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତିରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି। ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ। ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ଗୁରୁବାର ବି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

  • Related Posts

    ପଞ୍ଚାୟତ ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କ’ଣ ଜାଣନ୍ତୁ

    ଅନ୍ତ୍ୟୋଦୟ ଗୃହ ଯୋଜନା : ଆଉ ଦିବର୍ଷ ବଢ଼ିଲା ନିର୍ମାଣ ହେବ ୨.୯୧ ଲକ୍ଷ ଘର ବଢ଼ିଲା ପ୍ରୋତ୍ସାହନ ରାଶି ପୂରଣ ହେବ ସମସ୍ତଙ୍କ ଘର ଯୋଜନାର ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, ୧୫ ।୧୦ : ଅନ୍ତ୍ୟୋଦୟ ଗୃହ ଯୋଜନାରେ…

    Continue reading
    ପଞ୍ଚାୟତ ଓ ପୌର ନିର୍ବାଚନ : ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ

    ଭୁବନେଶ୍ବର : ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସ୍ବଚ୍ଛ ,ନିରପେକ୍ଷ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟ ନେଇ ଅକ୍ଟୋବର ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ ହେବ। ଏସଆଇଆରରେ ନାଁ କଟିଥିଲେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି