ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଯାହା ଆସନ୍ତା ଦୁଇ ଦିନ ମଧ୍ୟରେ ତାମିଲନାଡୁ ଓ ଶ୍ରୀଲଙ୍କା ଆଡ଼େ ମୁହାଁଇବ। ଦକ୍ଷିଣ ଭାରତରେ ଲଘୁଚାପ ପ୍ରଭାବରେ ବର୍ଷା ହେବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ।
ସେପଟେ  ଶୀତ ଉଡାଇନେଲା ବାତ୍ୟା ଦାନା । ସ୍ବାଭାବିକ ଦିନଠାରୁ ଏକ ମାସ ପଛକୁ ଠେଲିନେଲା ଶୀତ। ନଭେମ୍ବର ୧୫ ତାରିଖ ଭିତରେ ଶୀତ ପଡିବ ନାହିଁ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାରଣ ଏବେ ରାଜ୍ୟକୁ ଉତ୍ତର-ପୂର୍ବ ଦିଗରୁ ପବନ ବହୁଛି । ପ୍ରଭାବରେ ତାପମାତ୍ରା ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ପର୍ୟ୍ୟନ୍ତ ଅଧିକ ରହୁଛି । ନଭେମ୍ବର ଶେଷ ଆଡକୁ ଉତ୍ତର ଦିଗରୁ ଥଣ୍ଡା ପବନ ପ୍ରବାହ ବଢିଲେ ଶୀତ ବଢିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।
ପାଣିପାଗ ବୈଜ୍ଞାନିକ ମନୋରମା ମହାନ୍ତି କହିଛନ୍ତି, “ବର୍ତ୍ତମାନ ପଶ୍ଚିମା ଝଡର ବି ପ୍ରଭାବ ନାହିଁ । ବାତ୍ୟା ପରେ ମାତ୍ର ଗୋଟିଏ ପଶ୍ଚିମା ଝଡ଼ ସୃଷ୍ଟି ହୋଇଛି । ଆଗକୁ ଧିରେ ଧିରେ ତାପମାତ୍ରା କମିବ । କିନ୍ତୁ ହଠାତ୍ ଶୀତ ହେବନାହିଁ । ବର୍ତ୍ତମାନ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ପର୍ୟ୍ୟନ୍ତ ଅଧିକ ରହିଛି । ଏହାସହ ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ରହୁଛି । ଦିନର ତାପମାତ୍ରା ସ୍ବାଭାବିକକୁ ଫେରୁଛି ।”

  • Related Posts

    ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ରୋକିବା ଉଦ୍ଦେଶ୍ୟରେ କାର୍ଯ୍ୟାନୁଷ୍ଠାନ

    ୧୦/୦୪/୨୬,ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି । ମାତ୍ର କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ଭିତ୍ତିକରି ଯୋଗାଣ…

    Continue reading
    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ