ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ:ପ୍ରବଳ ବର୍ଷା

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ସୁଦ୍ଧା ଉପକୂଳ ଓଡ଼ିଶା ଅତିକ୍ରମ କରିବ । ଏହାର ପ୍ରଭାବରେ ବୁଧବାର ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ପଶ୍ଚିମ ଓଡ଼ିଶାର ଅନ୍ୟ ସ୍ଥାନରେ ବି ଅଧିକ ବର୍ଷିବ । କିଛି ସ୍ଥାନରେ ୨୦୦ମିମିରୁ ଅଧିକ ବର୍ଷିପାରେ । ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଏଭଳି ପୂର୍ବାନୁମାନ କରିଛି ।

ଆଇଏମ୍‌ଡି ମହାନିର୍ଦ୍ଦେଶକ(ଡିଜି) ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ସେପ୍ଟେମ୍ବର ମାସରେ ଓଡ଼ିଶାରେ ସ୍ୱାଭାବିକ ପରିମାଣର ବର୍ଷା ହେବ । ସେପ୍ଟେମ୍ବର ମାସରେ ଦେଶରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ । ମାସ ଆରମ୍ଭ ସୁଦ୍ଧା ୧୦୭% ବର୍ଷା ହୋଇଛି । ସ୍ୱାଭାବିକଠାରୁ ପ୍ରାୟ ୭% ଅଧିକ ବର୍ଷା ହୋଇଛି । ସାଧାରଣତଃ ୧୩ରୁ ୧୪ଟି ଲଘୁଚାପ ବା ଅବପାତ ସୃଷ୍ଟି ହୋଇଥାଏ । ଏଥର ୧୬ଟି ଲଘୁଚାପ ସୃଷ୍ଟି ସମ୍ଭାବନା ଅଛି । ଲଘୁଚାପ ହେଲେ ଦକ୍ଷିଣ ପଶ୍ଚିମ ଭାଗରେ ଅଧିକ ବର୍ଷା ହୁଏ ବୋଲି ସେ କହିଛନ୍ତି ।

ପାଣିପାଗ ବିଭାଗର ଆକଳନ ଅନୁସାରେ, ଗୁରୁବାର ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଶୁକ୍ରବାର ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ଭାରି ବର୍ଷା ଆଶଙ୍କା ଅଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ବୁଧବାର ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ମୁହାଁଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

  • Related Posts

    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମ୍ବଲପୁର ସାଂସଦ

    ଭୁବନେଶ୍ୱର/ନୂଆଦିଲ୍ଲୀ: ରାଜ୍ୟର ବିଭିନ୍ନ ପ୍ରମୁଖ ଖଣି ଓ ଶିଳ୍ପାଞ୍ଚଳର ଜାତୀୟ ତଥା ରାଜ୍ୟ ରାଜପଥଗୁଡ଼ିକରେ ବାଣିଜ୍ୟିକ ଓ ବଡ଼ ବଡ଼ ଯାନଗୁଡ଼ିକର ବେଆଇନ ତଥା ବିପଦଜନକ ପାର୍କିଂ ଯୋଗୁଁ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି