ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ବର : କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ୧୫ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବୁଧବାର କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ବଲାଙ୍ଗିର ଓ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା । ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଗୁରୁବାର ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ । ୧୫ ତାରିଖରେ ଦକ୍ଷିଣ ଓଡ଼ିଶାର ବହୁ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।

  • Related Posts

    ରାସ୍ତା ସମ୍ପ୍ରସାରଣ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

    ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୋଳ ଜିଲ୍ଲାରେ କୋଇଲା ପରିବହନ ଏବଂ ଶିଳ୍ପ ଭିତ୍ତିଭୂମିକୁ ସଦୃଢ଼ କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି । ଏହି ସମ୍ପର୍କରେ ଏକ ପତ୍ର ଲେଖି…

    Continue reading
    ୪ ତାରିଖ ଯାଏ ଝଡ଼ବର୍ଷା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ହିଟ୍‌ ଆଣ୍ଡ୍‌ ହ୍ୟୁମିଡିଟି ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ