ବଜେଟ: ମୁହାଣ ଖନନ ପାଇଁ ୩୮୬ କୋଟି

ଭୁବନେଶ୍ୱର: ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ୨୦୨୫-୨୬ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ତେବେ ଜଳ ସମ୍ପଦ ବିଭାଗର ମୁହାଣ ଖନନ ପାଇଁ ୩୮୬ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ହୀରାକୁଦ ଡ୍ୟାମର ନବୀକରଣ ପାଇଁ ୮୫୦ କୋଟି ବ୍ୟୟ ହେବ । ଅନ୍ୟାନ ଡ୍ୟାମର ଉନ୍ନତି ପାଇଁ ୫୭ କୋଟି ଟଙ୍କା ଖର୍ଚ୍ଚ ହେବ । ନଳକୂପଗୁଡ଼ିକ ପାଇଁ ବଜେଟରେ ୧୧୫୦ କୋଟି ବ୍ୟୟବରାଦ କରାଯାଇଛି । ୩୧୩ ଚେକ ଡ୍ୟାମରେ ଏଥର ୩୫୦ କୋଟି ଟଙ୍କା ଖର୍ଚ୍ଚ ହେବ । ୧୯୩ କିମି ଲୁଣି ବନ୍ଧ ଯୋଜନା ପାଇଁ ୭୫୭ କୋଟିର ବ୍ୟବସ୍ଥା ହୋଇଛି ।
ଅନ୍ୟପକ୍ଷରେ କୃଷି ପାଇଁ ଏଥର ବଜେଟରେ ୩୭, ୮୦୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଯାହା ଗତ ବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ । ସିଏମ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ କୋଟି । ଫସଲ ବିବିଧତାର ପ୍ରସାର ପାଇଁ ୬୯୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ମିଲେଟ ଶ୍ରୀଅନ୍ନ ଯୋଜନାକୁ ୧୭୭ଟି ବ୍ଲକକୁ ବର୍ଦ୍ଧିତ କରାଯାଇଛି । ମିଲେଟ ପାଇଁ ଏମଏସପି ୪୨୯୦ ଟଙ୍କା ବାଦ ଅଧିକ ୨୦୦ ଟଙ୍କା ମିଳିବ । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟେଗ ପାଇଁ ୨୯୩ କୋଟି ଟଙ୍କା ରଖାଯାଇଛି । ଓୟୁଏଟି ପାଇଁ ୫୧୧ କୋଟିର ବ୍ୟୟବରାଦ ହୋଇଛି । ୨୦୨୫-୨୬ରେ ୨ ଲକ୍ଷ ୭୫ ହେକ୍ଟର ଜମି ଜଳସେଚିତ କରିବୁ ।ଚଳିତ ବର୍ଷ ଲୋୟର ସୁକତେଲ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ