ବଜ୍ରାଘାତରେ ଚାଲିଗଲା ଦୁଇ ମହିଳାଙ୍କ ଜୀବନ

ବରଗଡ: ସୋହେଲା ବ୍ଲକ ଅନ୍ତର୍ଗତ କୁସୁର୍ଡାରେ ବଜ୍ରାଘାତରେ ଦୁଇ ମହିଳା ମୃତ। ଗୁରୁବାର ଅପରାହ୍ନ 4ଟା ବେଳେ ସୋହେଲା ନିକଟସ୍ଥ ପାଣିମୋରା ପଞ୍ଚାୟତର କୁସୁର୍ଡା ଗ୍ରାମରେ ବଜ୍ରାଘାତରେ ଦୁଇ ମହିଳାଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ମୃତକମାନେ ହେଲେ କଟାପାଲି ଗ୍ରାମର 45 ବର୍ଷୀୟା ଜାହ୍ନବୀ ପଧାନ ଓ 32 ବର୍ଷୀୟ ରିତା ପଧାନ । ଉଭୟ ମହିଳା ସମ୍ପର୍କୀୟ ହୋଇଥିବା ବେଳେ ବଜ୍ରାଘାତରେ ଏକା ସାଙ୍ଗରେ ଚାଲି ଯାଇଛି ଉଭୟଙ୍କ ଜୀବନ ।
ସୂଚନା ଅନୁଯାୟୀ, ଉଭୟ ମହିଳା ଚାଷ କାମ ପାଇଁ କୁସୁର୍ଡା ଗ୍ରାମକୁ ଆସିଥିଲେ । ତେବେ ଚାଷଜମିରେ କାମ କରୁଥିବା ସମୟରେ ସେମାନେ ଏକ ଗଛ ତଳେ ବସି ବିଶ୍ରାମ କରୁଥିଲେ । ଏହି ସମୟରେ ହଠାତ ବଜ୍ରପାତ ହୋଇଥିଲା ଏବଂ ବଜ୍ରାଘାତର ଶିକାର ହୋଇ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ଘଟିଥିଲା । ତେବେ ଗଛ ତଳେ ଦୀର୍ଘ ସମୟ ଧରି ଦୁଇଜଣ ଯାକ ପଡିରହିଥିବା କିଛି ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଗ୍ରାମବାସୀ ପହଁଛି ଉଭୟ ମହିଳାଙ୍କୁ ଉଦ୍ଧାର କରି ସୋହେଲା ସରକାରୀ ଡାକ୍ତରଖାନାକୁ ନେଇଥିଲେ । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଉଭୟ ମହିଳାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଥିଲା ।

ବଜ୍ରାଘାତରେ ମୃତ୍ୟୁ ହୋଇଥିବା ଖବର ପାଇ ଯୁବ ନେତା ସୁବ୍ରତ ସିଂ ସୋହେଲା ହସ୍ପିଟାଲ ଯାଇ ସମବେଦନା ଜଣାଇଥିବା ବେଳେ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ପ୍ରଶାସନ ଠାରେ ଦାବି କରିଛନ୍ତି ।

  • Related Posts

    ଏସ୍ଆଇ ପରୀକ୍ଷା କେଳେଙ୍କାରୀ: ଆକ୍ସନ୍ ମୋଡ୍‌ରେ ଇଡି

    ବାଙ୍କୀ: ପୁଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଆକ୍ସନ୍ ମୋଡ୍‌ରେ ଆସିଛି ଇଡି । ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ କଳାପଥରସ୍ଥିତ ପୈତୃକ ଘର ସମେତ ଶଙ୍କର ପୃଷ୍ଟି ଓ ସୁରେଶ ନାୟକଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନର୍ଦ୍ଦେଶାଳୟ…

    Continue reading
    ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଲା ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

    ଭୁବନେଶ୍ବର: ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଜାତୀୟସ୍ତରର ସମ୍ମାନ । ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ପବନ ଶକ୍ତି କ୍ଷେତ୍ରରେ ନିବେଶଜନିତ ବିପଦ ହ୍ରାସ ଓ ନେତୃତ୍ୱ ପାଇଁ ରାଜ୍ୟକୁ ‘ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ’ ପୁରସ୍କାର ପ୍ରଦାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ