ବଡଠାକୁରଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ,ଜନସମୁଦ୍ର ପାଲଟିଛି ବଡଦାଣ୍ଡ

ପୁରୀ: ନୂଆବର୍ଷରେ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିତରେ ପ୍ରବଳ ଉତ୍ସାହ। ଜନସମୁଦ୍ର ପାଲଟିଛି ବଡଦାଣ୍ଡ। ବଡଠାକୁରଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ନୂଆବର୍ଷରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି, ଗତକାଲି ରାତି ସାଢ଼େ ୧୨ରେ ଶ୍ରୀମନ୍ଦିରରେ ଦ୍ୱାରଫିଟା ନୀତି ସଂପନ୍ନ ହୋଇ ଦର୍ଶନ ଚାଲିଛି ।

ସେପଟେ ଭିଡ଼କୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶ୍ରଦ୍ଧାଳୁ ମାର୍କେଟ ଛକଠାରୁ ଧାଡ଼ିରେ ଦର୍ଶନ ପାଇଁ ଆସୁଛନ୍ତି। ଟ୍ରାଫିକ୍ ନିୟନ୍ତ୍ରଣ ଓ ପାର୍କିଂ ପାଇଁ ପୁରୀରେ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା। ପୁରୀକୁ ଆସୁଥିବା ଗାଡି ଗୁଡିକ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି ପୁରୀ ପୁଲିସ।

ନବବର୍ଷ ୨୦୨୫କୁ ସ୍ୱାଗତ ଜଣାଇବା ପରେ ଆଜି ନୂଆ ସକାଳରେ ନୂଆ ଆଶା ଓ ଆକାଂକ୍ଷା ନେଇ ବିଭିନ୍ନ ସ୍ଥାନରେ ସକାଳର ପ୍ରଥମ ସୂର୍ୟ୍ୟକୁ ଦର୍ଶନ କରିଛନ୍ତି ଲୋକେ। ଏହି ଅବସରରେ ଓଡ଼ିଶାର ପୁରୀ, କୋଣାର୍କ, ଗୋପାଳପୁର ବେଳାଭୂମିରେ ଲୋକଙ୍କ ଗହଳି ଜମିଛି। ସେପଟେ ଦେଶର ବିଭିନ୍ନ ପର୍ୟ୍ୟଟନ ଓ ଧାର୍ମିକ ସ୍ଥଳରେ ବି ଲୋକଙ୍କ ଭିଡ଼ ଲାଗିଛି।

  • Related Posts

    ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

    କଟକ: ଏସ୍‌ସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାକୁ ଆଉ ଦିନ କେଇଟା ପରେ ମାସେ ପୂରିବ । ଏହାରି ଭିତରେ ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ତଦନ୍ତକାରୀ ଟିମ୍…

    Continue reading
    ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ଗଣତି ମଣତି କାର୍ଯ୍ୟ ଆରମ୍ଭ

    ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ । ଆଜି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ସମସ୍ତ ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆରମ୍ଭ ହୋଇଛି । ରତ୍ନଭଣ୍ଡାର ଟିମର ସଦସ୍ୟମାନେ ମହାପ୍ରଭୁଙ୍କ ସକାଳ ଧୂପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ