୨୦୨୬ରେ ପଞ୍ଚାୟତ ପୁନର୍ଗଠନ

ଭୁବନେଶ୍ୱର: ଆସନ୍ତା ୨୦୨୬ରେ ପଞ୍ଚାୟତ ପୁନର୍ଗଠନ ହେବ । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ବୁଧବାର ସୂଚନା ଦେଇଛନ୍ତି । ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ପଞ୍ଚାୟତ ନିର୍ବାଚନ ପୂର୍ବରୁ ପଞ୍ଚାୟତ ପୁନର୍ଗଠନ ହେବ । ୨୦୨୯ ସାଧାରଣ ନିର୍ବାଚନ ପୂର୍ବରୁ ବ୍ଲକ ପୁନର୍ଗଠନ ହେବ । ପଞ୍ଚାୟତକୁ ସୁଦୃଢ କରିବାକୁ ମଙ୍ଗଳବାର ଏନେଇ ରାଜ୍ୟପାଳ ପ୍ରସ୍ତାବ ଦେଇଛନ୍ତି । ଏହାଦ୍ୱାରା ଲୋକଙ୍କ ପାଖରେ ସହଜରେ ଯୋଜନା ପହଞ୍ଚିବ ।

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନାର ସୁଫଳ ପ୍ରତ୍ୟେକ ହିତାଧିକାରୀଙ୍କ ନିକଟରେ ପହଞ୍ଚିବା ଆବଶ୍ୟକ । ଏଥିପାଇଁ ଗ୍ରାମ ପଞ୍ଚାୟତ ଓ ରାଜସ୍ବ ଗ୍ରାମ ସଂଖ୍ୟା ବୃଦ୍ଧି କରିବାକୁ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ପରାମର୍ଶ ଦେଇଛନ୍ତି । ଏ ଦିଗରେ ଅନୁଧ୍ୟାନ କରିବାକୁ ରାଜ୍ୟପାଳ ସରକାରଙ୍କୁ କହିବା ସହ ପଞ୍ଚାୟତ ପରିସର ଓ ଲୋକସଂଖ୍ୟା କମ ରହିଲେ ସରକାରୀ ଯୋଜନା ଲୋକଙ୍କ ନିକଟରେ ପହଞ୍ଚାଇବା ସହଜ‌ ହୋଇପାରିବ ବୋଲି କହିଛନ୍ତି । ରାଜଭବନର ନୂଆ ଅଭିଷେକ ହଲରେ ପଞ୍ଚ‌ାୟତିରାଜ ଓ ପାନୀୟ ଜଳ ବିଭାଗ କାର୍ୟ୍ୟାବଳୀର ସମୀକ୍ଷା କରି ସରକ‌ାରଙ୍କ ପ୍ରତ୍ୟେକ ପ୍ରକଳ୍ପର ନିର୍ମାଣ କାମ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବା ପାଇଁ ରାଜ୍ୟପାଳ ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟରେ ଜଳ ଜୀବନ ମିସନ୍‌ ଯୋଜନାରେ ଗ୍ରାମୀଣ ଘରୋଇ ପାଇପ୍ ଜଳ ସଂଯୋଗ କ୍ଷେତ୍ରରେ ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ । ବିଭିନ୍ନ କାର୍ୟ୍ୟନିର୍ବାହୀ ସଂସ୍ଥା ସମ୍ମୁଖୀନ ହେଉଥିବା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ । ପ୍ରକଳ୍ପଗୁଡ଼ିକର ନିର୍ମାଣ କାମର ମାନ, ସମୟରେ କାମ ଶେଷ ଓ ଦୀର୍ଘକାଳୀନ ସ୍ଥାୟିତ୍ୱ ସୁନିଶ୍ଚିତ କରିବା ଉପରେ ରାଜ୍ୟପାଳ ଗୁରୁତ୍ବାରୋପ କରିଥିଲେ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କାମ ଠିକ୍ ରୂପାୟନ ଜୀବନ ଧାରଣର ମାନରେ ଉନ୍ନତି ଆଣିପାରିବ ବୋଲି କହିଥିଲେ ରାଜ୍ୟପାଳ ।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ