ବଢ଼ିଲା ଆଇଏମ୍‌ଡିଙ୍କ ଡିଜି କାର୍ୟ୍ୟକାଳ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଡିଜି ଭାବେ ପୁଣି ଥରେ ନିଯୁକ୍ତି ପାଇଛନ୍ତି ଡ. ମୃତ୍ୟୁଞ୍ଜୟ ମହାପାତ୍ର । ସାଇକ୍ଲୋନମ୍ୟାନ୍‌ ଭାବେ ପରିଚିତ ତଥା ଓଡ଼ିଆ ପୁଅ ଶ୍ରୀ ମହାପାତ୍ର ପୂର୍ବରୁ ଏହି ଗୁରୁତ୍ୱପୂର୍ଣ୍ଣ ପଦବିରେ କାର୍ୟ୍ୟ କରୁଥିଲେ । ତାଙ୍କ ନିଯୁକ୍ତି ଅବଧି ସରୁଥିବାରୁ କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି ବ୍ୟାପାର କମିଟି ତାଙ୍କୁ ପୁନଃ ନିଯୁକ୍ତି ପ୍ରସ୍ତାବକୁ ମଞ୍ଜୁରି ଦେଇଛି । କେନ୍ଦ୍ର ପୃଥ୍ୱୀ ବିଜ୍ଞାନ ମନ୍ତ୍ରାଳୟ ଅଧୀନରେ ଆସୁଥିବା ଆଇଏମ୍‌ଡିର ଡିଜି ଭାବେ ଆସନ୍ତା ଦୁଇ ବର୍ଷ ପାଇଁ ସେ କାର୍ୟ୍ୟ କରିବେ ।

୬୦ ବର୍ଷୀୟ ଡ଼.ମହାପାତ୍ର ନିଜ କାର୍ୟ୍ୟକାଳରେ ଫାଇଲିନ, ତିତଲି ଓ ଲୁବନା ପରି ଅନେକ ବାତ୍ୟାର ମାର୍ଗ ସଠିକ୍‌ ଭାବେ ଆକଳନ କରିଥିଲେ । ୧୯୯୯ ମସିହାର ମହାବାତ୍ୟା ସମୟରେ ସେ ଭୁବନେଶ୍ୱର ସ୍ଥିତ ଆଇଏମଡି କାର୍ୟ୍ୟାଳୟର ସାଇକ୍ଲୋନ ୱାର୍ଣ୍ଣିଂ ଡିଭିଜନରେ କାର୍ୟ୍ୟ କରୁଥିଲେ । ରାଜଧାନୀ ଦିଲ୍ଲୀ ସ୍ଥିତ ଆଇଏମଡି କାର୍ୟ୍ୟାଳୟକୁ ବଦଳି ହେବା ପରେ ସେ ମୁଖ୍ୟତଃ ବାତ୍ୟାଗୁଡ଼ିକର ମାର୍ଗର ସଠିକ୍‌ ଆକଳନ କରିବା ଏବଂ ଏସମ୍ପର୍କିତ ଅନ୍ୟ ତଥ୍ୟ ନିର୍ଦ୍ଧାରଣରେ ନିୟୋଜିତ ହୋଇଥିଲେ । ସେ ପ୍ରାୟ ୪୦ରୁ ଅଧିକ ବାତ୍ୟା ଉପରେ ନଜର ରଖିଥିଲେ ।ଗତ ୫ ବର୍ଷ ହେବ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଡିଜି ଭାବେ କାର୍ୟ୍ୟ ସମ୍ଭାଳି ଆସୁଛନ୍ତି। ପୁଣି ଆସନ୍ତା ଦୁଇ ବର୍ଷ ପାଇଁ ସେ କାର୍ୟ୍ୟ କରିବେ ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ