ବଢ଼ିଲା ଯୁକ୍ତ ୩ ନାମଲେଖା ଅବଧି

ଭୁବନେଶ୍ବର: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ଅବଧି ପୁଣି ବୃଦ୍ଧି ହୋଇଛି। ଛାତ୍ରଛାତ୍ରୀ ଜୁନ୍‌ ଜୁନ୍‌ ୪ ତାରିଖ ରାତି ୧୧ଟା ୪୫ ପର୍ୟ୍ୟନ୍ତ ସାମ୍‌ସ ପୋର୍ଟାଲ୍‌ରେ ଅନ୍‌ଲାଇନ୍‌ରେ କମନ୍‌ ଆପ୍ଲିକେସନ୍‌ ଫର୍ମ (ସିଏଏଫ୍‌) ପୂରଣ କରିପାରିବେ। ଏହି ସମୟ ଅବଧି ମଧ୍ୟରେ ପୂର୍ବରୁ ସିଏଏଫ୍‌ ଦାଖଲ କରିଥିବା ଛାତ୍ରଛାତ୍ରୀ ସେମାନଙ୍କ ଫର୍ମରେ ଆବଶ୍ୟକ ସଂଶୋଧନ କିମ୍ବା ଯୁକ୍ତ୨ ମାର୍କ ଅପ୍‌ଲୋଡ୍‌ କରିପାରିବେ। ପ୍ରଥମ, ଦ୍ବିତୀୟ, ତୃତୀୟ ପର୍ୟ୍ୟାୟ ପ୍ରୋଭିଜନାଲ୍‌ ତାଲିକା ଓ ୱେଟିଂ ଲିଷ୍ଟ ଛାତ୍ରଛାତ୍ରୀଙ୍କ ନାମଲେଖା ତାରିଖ, କ୍ଲାସ ସମ୍ପର୍କରେ ପରବର୍ତ୍ତୀ ସମୟରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।ନାମଲେଖା ପ୍ରକ୍ରିୟାରେ ଛାତ୍ରଛାତ୍ରୀ ବୈଧ ଏସ୍‌ଇବିସି ପ୍ରମାଣପତ୍ର ଦାଖଲ କରିବା ବାଧ୍ୟତାମୂଳକ। ସେହିପରି ଏନ୍‌ସିଟିଇ ନିର୍ଦ୍ଦେଶ ମୁତାବକ ୪ ବର୍ଷିଆ ଇଣ୍ଟିଗ୍ରେଟେଡ୍‌ ବିଏବିଏଡ୍‌/ବିଏସ୍‌ସିବିଏଡ୍‌ ପାଠ୍ୟକ୍ରମ ପାଇଁ ମହାରାଜା ପୂର୍ଣ୍ଣଚନ୍ଦ୍ର ସ୍ବୟଂଶାସିତ ମହାବିଦ୍ୟାଳୟ ବ୍ୟତୀତ ଅନ୍ୟ ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନକୁ ଅନୁମତି ମିଳିଛି। ଯେଉଁ ଛାତ୍ରଛାତ୍ରୀ ପୂର୍ବରୁ ସିଏଏଫ୍‌ ଦାଖଲ କରିଛନ୍ତି, ସେମାନେ ଅବଧି ମଧ୍ୟରେ ସିଏଏଫ୍‌ରେ ସଂଶୋଧନ କରିପାରିବେ। ଯେଉଁ ଆବେଦନକାରୀ ସିଏଏଫ୍‌ରେ ‘ଆପିଅରଡ୍‌’ ଅପସନ୍‌ ଦେଇଥିବେ ସେମାନେ ଧାର୍ୟ୍ୟ ସମୟ ମଧ୍ୟରେ ଯୁକ୍ତ୨ କିମ୍ବା ସମତୁଲ ବୋର୍ଡର ମାର୍କ ଦାଖଲ କରିପାରିବେ। ସିଏଚ୍‌ଏସ୍‌ଇ ଛାତ୍ରଛାତ୍ରୀଙ୍କ ପାଇଁ ସିଏଚ୍‌ଏସ୍‌ଇ ଡାଟାବେସ୍‌ରୁ ସିଧାସଳଖ ମାର୍କ ଉପଲବ୍ଧ ହେବ। ଆବେଦନକାରୀମାନେ ଧାର୍ୟ୍ୟ ସମୟ ମଧ୍ୟରେ ଏକାଧିକ ଥର ସଂଶୋଧନ କରିପାରିବେ। ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁଯାୟୀ ଆବେଦନ ସମୟରେ ପିଲାମାନେ ଗୋଟିଏ ମେଜର ସହ ଦୁଇଟି ମାଇନର୍‌, ଦୁଇଟି ମେଜର କିମ୍ବା ୩ଟି ମାଇନର୍‌ ପାଠ୍ୟକ୍ରମକୁ ଚୟନ କରିପାରିବେ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ