ବଢିବ ଚାଷୀ ପଞ୍ଜୀକରଣ ଅବଧି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା। ଡିବିଟି ଜରିଆରେ ୧୦୪୧ କୋଟି ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ। ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ଏହାର ପୂର୍ବଦିନ ଅର୍ଥାତ୍ ଆଜି କିସ୍ତି ପ୍ରଦାନ କରାଯାଇଛି । ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୨ହଜାର ଟଙ୍କା ଲେଖାଏଁ ପଠାଯାଇଛି। ଏହାଦ୍ବାରା ଓଡ଼ିଶାର ୫୨ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହୋଇଛନ୍ତି। ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରୁଛନ୍ତି। ସେପଟେ ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଚାଷୀଙ୍କ ପଞ୍ଜୀକରଣ ଅବଧି ବଢିବ। କେତେ ଦିନ ବଢିବ , ତାହା ଖୁବ୍ ଶୀଘ୍ର ଘୋଷଣା ହେବ। ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଆଉ ସପ୍ତାହେ ବଢାଇବାକୁ ପ୍ରସ୍ତାବ ଦେଇଥିଲେ । ତେଣୁ ଉପମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇଛି। ଖୁବ୍ ଶୀଘ୍ର ଘୋଷଣା କରାଯିବ।

  • Related Posts

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଭୁବନେଶ୍ବର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାୟପୁରରେ ଗୁରୁବାର ବସିଥିଲା ଗୋଲ ଟେବୁଲ ବୈଠକ । ବୈଠକ ପରେ ୨୯ ତାରିଖରେ ଛତିଶଗଡ ସରକାରଙ୍କ ପଦାଧିକାରୀଙ୍କ ସହିତ ଆଲୋଚନା କରାଯିବ । ବୈଠକରେ ଅଧ୍ୟକ୍ଷତା କରିଥିଲେ ଜଳ ମାନବ ଡ.…

    Continue reading
    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଭୁବନେଶ୍ବର: ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି।ଲୋକସଭା ବାଚସ୍ପତି ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା