ବଦଳିଲା ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ: ସବୁଜରୁ ହେଲା ଗେରୁଆ

ଭୁବନେଶ୍ୱର: ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟ ପତ୍ରରେ ଲାଗିବ ଗେରୁଆ ରଙ୍ଗ । ବିଜେଡି ସରକାର ସମୟରେ ସବୁଜ ରଙ୍ଗର ଆଇ-କାର୍ଡ ହୋଇଥିବା ବେଳେ ୨୦୨୫-୨୬ ଶିକ୍ଷାବର୍ଷରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଆଇ-କାର୍ଡ ପରିବର୍ତ୍ତନ ହୋଇଛି । ଯେଉଁଥିରେ ପିଲାଙ୍କ ନାମ, ଶ୍ରେଣୀ, ଜନ୍ମ ତାରିଖ, ରୋଲ୍‌ ନମ୍ବର ଓ ଫୋନ୍‌ ନମ୍ବର ରହିବ । ପ୍ରଧାନଶିକ୍ଷକ ବା ଶିକ୍ଷୟିତ୍ରୀଙ୍କ ଦସ୍ତଖତ ରହିବା ନିତାନ୍ତ ଆବଶ୍ୟକ , ବିଭିନ୍ନ ସମୟରେ ବାହାର ପିଲାମାନେ କ୍ୟାମ୍ପସ ଭିତରକୁ ପ୍ରବେଶ କରୁଥିବାରୁ ଆଇ-କାର୍ଡକୁ ବାଧ୍ୟତାମୂଳକ କରାଯାଇଛି ।

ପିଲାମାନେ ସ୍କୁଲକୁ ଆସିବା ସମୟରେ ତାହାକୁ ବେକରେ ଆଇ-କାର୍ଡ ପକାଇ ଆସିବେ । କେବଳ ଆଇ-କାର୍ଡ ରଙ୍ଗ ବଦଳି ନାହିଁ, ବରଂ ସ୍ଲୋଗାନ୍‌ ମଧ୍ୟ ବଦଳାଇ ଦିଆଯାଇଛି। ବିଜେଡି ସରକାର ସମୟରେ ପିଲାଙ୍କ ହାଇସ୍‌ ୟୁନିଫର୍ମ ଓ ଟୋପିରେ ‘ଆମେ ଗଢ଼ିବୁ-ନୂଆ ଓଡ଼ିଶା’ ସ୍ଲୋଗାନ ଲେଖାଯାଇଥିଲା । ହେଲେ ଏଥର ସ୍ଲୋଗାନ୍‌ ପରିବର୍ତ୍ତନ କରାଯାଇ ‘ବିଦ୍ୟାବନ୍ତ ବିଦ୍ୟାର୍ଥୀ, ବିକଶିତ ଓଡ଼ିଶା’ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।

ହାଉସ୍‌ ୟୁନିଫର୍ମର ରଙ୍ଗରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ । ଛାତ୍ରଛାତ୍ରୀଙ୍କ ଟ୍ରାକ୍‌ ପ୍ୟାଣ୍ଟ ନୀଳରଙ୍ଗ ରହିଥିବା ବେଳେ ଟି-ସାର୍ଟର ରଙ୍ଗ ସବୁଜ, ହଳଦୀ, ନାଲି, ନୀଳ ରଙ୍ଗ ରହିଛି । ଟୋପିର ରଙ୍ଗ ଧଳା ରହିବ ଏବଂ ସେଥିରେ ସ୍ଲୋଗାନ ସହ ଲୋଗୋ ଲାଗିବ । ଛାତ୍ରଛାତ୍ରୀଙ୍କ ପିଛା ୫୦୦ ଟଙ୍କା ଲେଖାଏଁ ଖର୍ଚ୍ଚ କରାଯିବ। ସେଥିରୁ ୨୦୦ ଟଙ୍କାରେ ଗୋଟିଏ ହଳ ଜୋତା ଓ ଦୁଇ ହଳ ମୋଜା, ୧୨୫ ଟଙ୍କାରେ ଗୋଟିଏ ଟି-ସାର୍ଟ, ୧୨୫ ଟଙ୍କାରେ ଗୋଟିଏ ଟ୍ରାକ୍‌ ପ୍ୟାଣ୍ଟ, ୩୦ ଟଙ୍କାରେ ଗୋଟିଏ ଟୋପି ଓ ୨୦ ଟଙ୍କାରେ ଗୋଟିଏ ପରିଚୟପତ୍ର ଦିଆଯିବ। ପିଲାଙ୍କ ଜୋତା ରଙ୍ଗ କଳା ଓ ମୋଜା ରଙ୍ଗ ଧଳା ରହିବ ।

  • Garvita Odia

    Related Posts

    ବୈତରଣୀରେ ଆଉ ବଢିବନି ଜଳସ୍ତର:ସର୍ବୋଚ୍ଚ ଯନ୍ତ୍ରୀ

    ଭୁବନେଶ୍ଵର : ବୈତରଣୀରେ ନାହିଁ ବନ୍ୟା ଆଶଙ୍କା। ଏବେ ଆଖୁଆପଦାଠାରେ ଜଳସ୍ତର ୧୮.୨୯ ମିଟର ରହିଛି। ବିପଦ ସଙ୍କେତ ଠାରୁ ଟିକେ କମ୍ କିନ୍ତୁ ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି । ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ର…

    ପଞ୍ଜିକରଣ କରିସାରିଲେଣି ୩ ଲକ୍ଷ ୩୮ହଜାର ୭୩୫ ଚାଷୀ :ମନ୍ତ୍ରୀ

    ଭୁବନେଶ୍ବର: ଚାଷୀ ପଞ୍ଜିକରଣ ସମସ୍ୟା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଆହୁରି ସରଳୀକରଣ ହୋଇଛି। ବର୍ତ୍ତମାନ ପର୍ୟ୍ୟନ୍ତ ୩ ଲକ୍ଷ ୩୮ହଜାର ୭୩୫ ଜଣ ଚାଷୀ ପଞ୍ଜିକରଣ କରିସାରିଲେଣି। ଗତବର୍ଷ ଏହି ସମୟରେ…

    Leave a Reply

    Your email address will not be published. Required fields are marked *

    You Missed

    ବୈତରଣୀରେ ଆଉ ବଢିବନି ଜଳସ୍ତର:ସର୍ବୋଚ୍ଚ ଯନ୍ତ୍ରୀ

    ବୈତରଣୀରେ ଆଉ ବଢିବନି ଜଳସ୍ତର:ସର୍ବୋଚ୍ଚ ଯନ୍ତ୍ରୀ

    ବିଜେପି ଅଫିସରେ ପ୍ରୟାସକାନ୍ତି

    ବିଜେପି ଅଫିସରେ ପ୍ରୟାସକାନ୍ତି

    ପଞ୍ଜିକରଣ କରିସାରିଲେଣି ୩ ଲକ୍ଷ ୩୮ହଜାର ୭୩୫ ଚାଷୀ :ମନ୍ତ୍ରୀ

    ପଞ୍ଜିକରଣ କରିସାରିଲେଣି ୩ ଲକ୍ଷ ୩୮ହଜାର ୭୩୫ ଚାଷୀ :ମନ୍ତ୍ରୀ

    ଅନ୍ଧବିଶ୍ୱାସ: କାଉଙ୍କ ମିଳନ ଦେଖିବାରୁ ଦୁଇ ଯୁବକଙ୍କୁ ମୃତ ଘୋଷଣା

    ଅନ୍ଧବିଶ୍ୱାସ: କାଉଙ୍କ ମିଳନ ଦେଖିବାରୁ ଦୁଇ ଯୁବକଙ୍କୁ ମୃତ ଘୋଷଣା

    ୬ ସପ୍ତାହ ଭିତରେ ସ୍ବାଧୀନତା ସଂଗ୍ରାମୀଙ୍କୁ ପେନ୍‌ସନ ଦିଅ: ହାଇକୋର୍ଟ

    ୬ ସପ୍ତାହ ଭିତରେ  ସ୍ବାଧୀନତା ସଂଗ୍ରାମୀଙ୍କୁ ପେନ୍‌ସନ ଦିଅ: ହାଇକୋର୍ଟ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଲାଗିବ ୭୫ ଲକ୍ଷ ଗଛ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଲାଗିବ  ୭୫ ଲକ୍ଷ ଗଛ