ବନକ ଲାଗି : ଆଜି ୫ଘଣ୍ଟା ଜଗା ଦର୍ଶନ ବନ୍ଦ

ପୁରୀ: ଆଜି ମାଘ ମାସ କୃଷ୍ଣପକ୍ଷ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖ ସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ୟ୍ୟନ୍ତ ପ୍ରାୟ ୫ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ। ସେପଟେ ଆଜି ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ନୀତି ସମ୍ପନ୍ନ କରାଯିବ। ଶ୍ରୀନଅର ପରମ୍ପରା ଅନୁସାରେ ପୂଜା ସମାପ୍ତ ପରେ ସିଂହାସନ ଆରୋହଣ କରିବା ସହ ବିଧି ମୂତାବକ କାର୍ୟ୍ୟ ସମ୍ପାଦନା କରିବେ ଗଜପତି ମହାରାଜା। ଏହି ନୀତି ବେଳେ ରାଜପୁରୋହିତ ଦେଉଳକରଣ ଏବଂ ବେହେରାକରଣ ପ୍ରମୁଖ ଉପସ୍ଥିତ ରହିବେ।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି