ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଧର୍ମଶାଳା: ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଯାଜପୁର ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଛନ୍ତି । ଏହି ଗସ୍ତ ସମୟରେ ସେ ଦଶରଥପୁର ଓ ଯାଜପୁର ବ୍ଲକର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବା ସହ ଲୋକଙ୍କ ସମସ୍ୟା ସମ୍ପର୍କରେ ଅବଗତ ହେବେ।
ଏହି ଅବସରରେ ଧର୍ମଶାଳା ନିର୍ବାଚନମଣ୍ଡଳୀର ଜାରକାଠାରେ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଏବଂ ଭାଜପା ପକ୍ଷରୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଶତାଧିକ ନୁହେଁ, ହଜାର ହଜାର ଭାଜପା ସମର୍ଥକ ଏକତ୍ରିତ ହୋଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ। ଏହି ସ୍ୱାଗତ କାର୍ଯ୍ୟକ୍ରମରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଏବଂ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ପ୍ରମୁଖ ସାମିଲ ଥିଲେ। ଯାଜପୁର ଜିଲା ସଭାପତି ଦେବଯାନୀ ପ୍ରଧାନ, କୋରେଇ ବିଧାୟକ ଆକାଶ ଦାସ ନାୟକ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଗସ୍ତରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି ।

  • Related Posts

    ଡ୍ରାଇଭରଙ୍କ ଆନ୍ଦୋଳନ:ଡ୍ରାଇଭରଙ୍କ ଗାଡ଼ି ସିଜ୍ ହେବ- ଡିସିପି

    ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି। ଡ୍ରାଇଭରଙ୍କ ଆନ୍ଦୋଳନରେ ଠପ୍ ଜନପଥ। ଆଜି ତୃତୀୟ ଦିନରେ ତୀବ୍ର ହୋଇଛି ଅନଲାଇନ ଡ୍ରାଇଭରଙ୍କ ଆନ୍ଦୋଳନ। ଆନ୍ଦୋଳନ ବେଳେ ପୋଲିସ ସହିତ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସକୁ ଟେକା ପଥର ମାଡ଼ କରିବା ସହ…

    Continue reading
    ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି, ଆମ ବସ୍ ଭାଙ୍ଗିଲେ ଡ୍ରାଇଭର

    ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି। ଡ୍ରାଇଭରଙ୍କ ଆନ୍ଦୋଳନରେ ଠପ୍ ଜନପଥ। ଆଜି ତୃତୀୟ ଦିନରେ ତୀବ୍ର ହୋଇଛି ଅନଲାଇନ ଡ୍ରାଇଭରଙ୍କ ଆନ୍ଦୋଳନ। ଆନ୍ଦୋଳନ ବେଳେ ପୋଲିସ ସହିତ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସକୁ ଟେକା ପଥର ମାଡ଼ କରିବା ସହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ