ବନ୍ୟା ପାଇଁ ପରୀକ୍ଷା ଘୁଞ୍ଚାଇଲା ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତି ଉପୁଜିଛି । ଏହାକୁ ଦୃଷ୍ଟିରେ ରଖି ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ପୂର୍ବ ପ୍ରସ୍ତୁତ ପରୀକ୍ଷା ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି । ସୋମବାର ହେବାକୁ ଥିବା ସ୍ନାତକ, ବିଏସ୍‌ସି , ଆଇଟିଏମ୍, ବିଏସ୍‌ସି କମ୍ପ୍ୟୁଟର ସାଇନ୍ସ, ବିଏଡ୍ (ୟୁଡିଟିଇ)ର ଚତୁର୍ଥ ସେମିଷ୍ଟର ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି । ପରବର୍ତ୍ତୀ ସମୟରେ ଏହାର ନୂଆ ତାରିଖ ଘୋଷଣା କରାଯିବ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ସମସ୍ତ ଡିଗ୍ରୀ କଲେଜ, ସେଲ୍‌ଫ ଫାଇନାନ୍ସ କଲେଜରେ ପୂର୍ବରୁ ଚତୁର୍ଥ ସେମିଷ୍ଟର ପରୀକ୍ଷା ପାଇଁ ପୂର୍ବ ପ୍ରସ୍ତୁତ ହୋଇଥିଲା । ଏଥିରେ ଆଜି ସ୍ନାତକ, ବିଏସ୍‌ସି , ଆଇଟିଏମ୍, ବିଏସ୍‌ସି କମ୍ପ୍ୟୁଟର ସାଇନ୍ସ, ବିଏଡ୍ (ୟୁଡିଟିଇ)ର ପରୀକ୍ଷା ରହିଥିଲା । ମାତ୍ର ରାଜ୍ୟର କିଛି ସ୍ଥାନରେ ବନ୍ୟା ପରିସ୍ଥିତି ହୋଇଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି। ଏହାକୁ ତୁରନ୍ତ ଛାତ୍ରଛାତ୍ରୀ, ଅଧ୍ୟାପକଙ୍କ ନିକଟରେ ପହଞ୍ଚାଇବାକୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀରୁ ବିକାଶ ସ୍ୱାଇଁ : ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ