ବର୍ଷକ ମଧ୍ୟରେ କାର୍ୟ୍ୟକ୍ଷମ ହେବ ଢେଙ୍କାନାଳ ମେଡିକାଲ କଲେଜ : ଯୋଗାଣ ମନ୍ତ୍ରୀ

ଢେଙ୍କାନାଳ: ଖୁବ ଶୀଘ୍ର ଢେଙ୍କାନାଳରେ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ମେଡ଼ିକାଲ କଲେଜ । ଆସନ୍ତା ବର୍ଷକ ମଧ୍ୟରେ ଏହା କାର୍ୟ୍ୟକ୍ଷମ ହେବ । ଚିହ୍ନଟ ୨୦ଏକର ଜାଗାକୁ କରାଯିବ ଅଧିଗ୍ରହଣ। ବିଧାନ ସଭାରେ ମୁଖ୍ୟମନ୍ତ୍ରୀ ଏନେଇ ଘୋଷଣା ପରେ ରବିବାର ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଓ କାରିଗରୀ କୌଶଳ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଢେଙ୍କାନାଳରେ ଏକ ସାମ୍ବାଦିକ ସମ୍ମିଳନୀରରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଢେଙ୍କାନାଳ ସର୍କିଟ ହାଉସ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ ଯୋଗାଣ ମନ୍ତ୍ରୀ କହିଥିଲେ ଯେ, ଆସନ୍ତା ବର୍ଷେ ମଧ୍ୟରେ ଏହି ମେଡ଼ିକାଲ କଲେଜ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ କାର୍ୟ୍ୟକ୍ଷମ ହେବ । ଆସନ୍ତା ବର୍ଷରୁ ମେଡ଼ିକାଲ ଶିକ୍ଷାଦାନ ଆରମ୍ଭ ହେବ । ତେବେ ମେଡ଼ିକାଲ କଲେଜ ପାଇଁ ଆବଶ୍ୟକ ଭିତ୍ତିଭୂମି ପାଇଁ ସରକାର ଅର୍ଥ ବ୍ୟବସ୍ଥା କରିଛନ୍ତି। ଏଥିପାଇଁ ଆବଶ୍ୟକ ଜାଗା ପାଇଁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନା ପାଶ୍ୱକୁ ଲାଗି ୨୦ଏକର ଜାଗା ଚିହ୍ନଟ କରାଯାଇଛି । ଏହି ୨୦ଏକର ଜାଗା ଖୁବ ଶୀଘ୍ର ଅଧିଗ୍ରହଣ କରାଯିବ ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରକାଶ କରିଛନ୍ତି। ଏଥିସହ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଳିଙ୍ଗାଙ୍କୁ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଢେଙ୍କାନାଳ ବାସୀଙ୍କ ପକ୍ଷରୁ କୃତଜ୍ଞତା ଜଣାଇଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ