ବର୍ଷା:ବୁଢ଼ାବଳଙ୍ଗରେ ବଢୁଛି ପାଣି

ମୟୂରଭଞ୍ଜ,: ବାତ୍ୟା ‘ଦାନା’ ପ୍ରଭାବରେ ବର୍ଷା ଲାଗି ରହିଛି । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ାରେ ଲାଗି ରହିଛି ବର୍ଷା । ଫଳରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ପାଉଛି । ଉପର ମୁଣ୍ଡରେ ଅତ୍ୟଧିକ ବର୍ଷା ପାଇଁ ଏଭଳି ସ୍ଥିତି ଉପୁଜିଛି ।
ବୁଢ଼ାବଳଙ୍ଗରେ ବଢୁଛି ପାଣି । ଉପର ମୁଣ୍ଡରେ ଅତ୍ୟଧିକ ବର୍ଷା ପାଇଁ ବଢି ବଢି ଚାଲିଛି ବୁଢାବଳଙ୍ଗର ଜଳସ୍ତର । ଯେକୌଣସି ମୁହୂର୍ତ୍ତରେ ବିପଦ ସଙ୍କେତ ଲଙ୍ଘିପରେ ବୁଢ଼ାବଳଙ୍ଗ । ଶିମିଳିପାଳର ଆଭ୍ୟନ୍ତରିଣ ଅଞ୍ଚଳରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ବରେହିପାଣିରେ ସର୍ବାଧିକ ୧୭୪.୪୮୯ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଫଳରେ ବୁଢାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ।

ଏହି କାରଣରୁ ବର୍ତ୍ତମାନ ବାରିପଦା ସହରର ମଧୁବନ ଅଞ୍ଚଳରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ବୁଢ଼ାବଳଙ୍ଗର ଜଳସ୍ତର ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିବାବେଳେ ନଦୀ କୂଳିଆ ଅଞ୍ଚଳରେ ବସବାସ କରୁଥିବା ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ବାରିପଦା ମ୍ୟୁନିସିପାଲିଟିର ୭,୮ ଓ ୯ ନମ୍ବର ୱାର୍ଡରେ ବସବାସ କରୁଥିବା କିଛି ଲୋକଙ୍କ ଘରେ ବନ୍ୟାଜଳ ପଶିଛି । ଫଳରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

Related Posts

ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

Continue reading
ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ଗଣଶିକ୍ଷା ଓ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର:ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରସଙ୍ଗ ଓ ରେଭେନସା ବିବାଦକୁ ନେଇ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି । ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଡାକରା ପରେ ଗଣଶିକ୍ଷା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ପହଞ୍ଚିଛନ୍ତି । ସୂଚନା ଅନୁସାରେ, ପାଠ୍ୟପୁସ୍ତକରେ ଜାତୀୟ ସଙ୍ଗୀତ…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ