ବର୍ଷା : ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହେଉଛି। ଘୂର୍ଣ୍ଣିବଳୟଟି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ସକ୍ରିୟ ରହିଥିବାରୁ ଦକ୍ଷିଣ ଓଡ଼ିଶାରେ ହିଁ ବର୍ଷାର ପ୍ରଭାବ ଅଧିକ ରହିଛି। ଅନ୍ୟପଟେ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୩ ତାରିଖ ଯାଏଁ ବର୍ଷା ହେବାକୁ ଥିବା ବେଳେ ୧୩ରେ ଗୋଟିଏ ଲଘୁଚାପ ଯୋଗୁଁ ପୁଣି ବର୍ଷା ବଢ଼ିବା ନେଇ ଆଶଙ୍କା କରାଯାଉଛି।ବର୍ଷା ସ୍ଥିତି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟ ଧରଣର ବର୍ଷା ହେବ। ଏହା ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ସେ କହିଛନ୍ତି।ସେପଟେ ଆଜି ପାଇଁ ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ ଏପରି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ଷା ସମୟରେ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।ସେହିପରି ଆସନ୍ତାକାଲି ପାଇଁ ରାଜ୍ୟର ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ କମଳା ଚେତାବନୀ ଦିଆଯାଇଛି । ଏହି ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ପରିସ୍ଥିତି ଖରାପ ହେବାକୁ ଥିବାରୁ ପାଗ ଉପରେ ନଜର ରଖିବାକୁ ଓ ସେହି ଅନୁଯାୟୀ ସୁରକ୍ଷିତ ସ୍ଥାନକୁ ଯିବାକୁ ପ୍ରସ୍ତୁତ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ