ବର୍ଷା; ମୟୁରଭଞ୍ଜ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ବର: ମୟୁରଭଞ୍ଜ ଜିଲ୍ଲାକୁ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ବନ୍ଦ ରହିବ। ଏ ନେଇ ଜିଲ୍ଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି। ଏହା ବ୍ୟତୀତ, ବିଭିନ୍ନ ସ୍କୁଲ ସହିତ ସଂଲଗ୍ନ ଛାତ୍ରାବାସର ଅନ୍ତେବାସୀମାନଙ୍କୁ ଆଜବେଷ୍ଟସ୍ କିମ୍ବା କଚ୍ଚା କୋଠା ବଦଳରେ କଂକ୍ରିଟ୍ କୋଠାକୁ ସ୍ଥାନାନ୍ତର କରିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ବିଇଓମାନଙ୍କୁ ପରାମର୍ଶ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ ଯେପରି କୌଣସି ପ୍ରକାରେ କ୍ଷୟକ୍ଷତି ହୋଇଥିବା ଶ୍ରେଣୀ କୋଠା ବ୍ୟବହାର ନକରନ୍ତି ତାହା ମଧ୍ୟ ବିଇଓମାନେ ନିଶ୍ଚିତ କରିବାକୁ ଜିଲ୍ଲାପଳ ନିର୍ଦ୍ଦେଶ ଜାରି କରିଛନ୍ତି।

ଖବର ଅନୁଯାୟୀ, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଅବପାତ। ଏହାରି ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏମିତି କି ଏହି ସମୟରେ ରାଜ୍ୟର କିଛି ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ କେନ୍ଦ୍ର କହିଛି। ୨୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ଓ ସ୍ଥାନେ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ରେଡ୍‌ ଆଲର୍ଟ ଜାରି ହୋଇଛି।

  • Garvita Odia

    Related Posts

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ଭୁବନେଶ୍ୱର : ଦିଲ୍ଲୀରୁ ଫେରିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିବା ନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା । ବଳଙ୍ଗା ପୀଡିତାଙ୍କ ପରିବାରକୁ ଦିଲ୍ଲୀ ଏମ୍ସରେ ଭେଟିବା ସହ ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି…

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ୱର: ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୦୨୪ ଜାନୁଆରୀ ପହିଲାରେ ଭିତ୍ତିପ୍ରସ୍ତର ପଡ଼ିଥିଲା । ଏବେ ସୁଦ୍ଧା କାମ ଶୂନ । ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାମ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥାର ଟେଣ୍ଡର ବାତିଲ ହୋଇଛି। ଠିକା ସଂସ୍ଥା ସିଗାଲ…

    Leave a Reply

    Your email address will not be published. Required fields are marked *

    You Missed

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଜଳପ୍ରପାତରେ ବୁଡ଼ି ଦୁଇ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ମୃତ୍ୟୁ