ବର୍ଷା :୩ ଜିଲ୍ଲାକୁ ଅରେଞ୍ଜ ଏବଂ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ବର :ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ ସତର୍କତା ଜାରିକରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୪ ଘଣ୍ଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଏବଂ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାର କିଛି ସ୍ଥାନରେ କୁଆପଥର ବୃଦ୍ଧି ନେଇ ସତର୍କତା ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ଝଟକା ପବନ ନେଇ ମଧ୍ୟ ସତର୍କତା ଜାରି କରାଯାଇଛି । ସେହିଭଳି ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ମଧ୍ୟ ପ୍ରଚଣ୍ଡ ବଜ୍ରପାତ ନେଇ ୭ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଘଡଘଡି ବିଜୁଳି ସହ କୁଆପଥର ବୃଷ୍ଟି ଏବଂ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଯାଜପୁର ଏବଂ ଢେଙ୍କାନାଳକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିଭଳି କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଗଞ୍ଜାମ, ଗଜପତି, ଅନୁଗୁଳ, ଦେବଗଡ, ସମ୍ବଲପୁର, ଏବଂ ଝାରସୁଗୁଡାକୁ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ୨୨ ତାରିଖରେ ବଜ୍ରପାତ ସହ କୁଆପଥର ବୃଷ୍ଟି ନେଇ ଉତ୍ତର ଉପକୂଳ ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ରାଜ୍ୟରେ ବର୍ତ୍ତମାନ ପଶ୍ଚିମାଝଡ ସହ ସକ୍ରିୟ ରହିଛି ଟ୍ରପଲାଇନ୍। ଏହାର ପ୍ରଭାବରେ ସକାଳୁ ମଧ୍ୟାହ୍ନ ପର୍ୟ୍ୟନ୍ତ ଟାଇଁ ଟାଇଁ ଖରା ଅନୁଭୁତ ହେବ। କିନ୍ତୁ ଅପରାହ୍ନ ହେବା ପରେ ବିଭିନ୍ନ ସ୍ଥାନରେ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି। ତେବେ ବର୍ଷା ହେଲେ ତାତିରେ ସାମାନ୍ୟ ହ୍ରାସ ଘଟିବ ବୋଲି ଆକଳନ କରାଯାଇଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ