ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ

ଭୁବନେଶ୍ୱର:ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀ ଏମ୍ସରେ ଆଜି ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ହୋଇଯାଇଛି। ଅବସ୍ଥା ଗୁରୁତର ଥିବାରୁ ଗତ ଜୁଲାଇ ୨୦ ତାରିଖରେ ତାଙ୍କୁ ଭୁବନେଶ୍ୱରରୁ ଦିଲ୍ଲୀକୁ ଏୟାର ଲିଫ୍ଟ କରାଯାଇଥିଲା। ଭୁବନେଶ୍ୱରର ଏମ୍‌ସରୁ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ନିଆଯାଇଥିଲା। ଆସନ୍ତାକାଲି ଦିଲ୍ଲୀ ଏମ୍‌ସରେ ତାଙ୍କର ଶବ ବ୍ୟବଚ୍ଛେଦ କରାଯିବ। ଶବ ବ୍ୟବଚ୍ଛେଦ ପରେ ତାଙ୍କ ମୃତଦେହକୁ ଓଡ଼ିଶା ଅଣାଯିବ ବୋଲି ସୂଚନା ମିଳିଛି।
ଗତ ଜୁଲାଇ ୧୯ ତାରିଖ (ଶନିବାର)ରେ ପୀଡ଼ିତାଙ୍କ ଦେହରେ ଲାଗିଥିଲା ନିଆଁ। ଆଉ ଠିକ୍ ଦୁଇ ସପ୍ତାହ ପରେ ଆଜି ସେ ଆଖି ବୁଜିଛନ୍ତି। ତାଙ୍କ ମୃତ୍ୟୁ ପରେ ଆଜି ଓଡ଼ିଶା ପୁଲିସ ଦେଇଛି ବଡ଼ ସୂଚନା। କହିଛି, ତଦନ୍ତ ଅନୁଯାୟୀ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ତଦନ୍ତ ଶେଷ ପର୍ୟ୍ୟାୟରେ ପହଞ୍ଚି ସାରିଛି। ସମସ୍ତଙ୍କୁ ଅନୁରୋଧ, ଦୁଃଖଦ ମୁହୂର୍ତ୍ତରେ ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ।
ସେଦିନ ପୀଡ଼ିତାଙ୍କୁ ଉଦ୍ଧାର କରିଥିବା ବ୍ୟକ୍ତି ଜଣଙ୍କ କହିଥିଲେ, ଝିଅଟି ଜଳୁଥିବା ଅବସ୍ଥାରେ ବଞ୍ଚାଅ ବଞ୍ଚାଅ କହି ମୋ ଘର ଭିତରକୁ ଦୌଡ଼ି ଆସିଥିଲା। ତା’ ଦେହରେ ନିଆଁ ଲାଗିଥିବାରୁ ତୁରନ୍ତ ତା’ ଉପରେ ପାଣି ଢାଳି ଦେଇଥିଲି। ନିଆଁ ଲିଭାଇ ତାକୁ ପୋଷାକ ପିନ୍ଧାଇଥିଲି। ତା’ ଶରୀରର ବିଭିନ୍ନ ସ୍ଥାନ ପୋଡ଼ିଯାଇଛି। କାହାକୁ ବହି ଦେଇ ଫେରୁଥିବା ବେଳେ ୩ ଜଣ ଦୁର୍ବୃତ୍ତ ବାଇକରେ ଆସି ତା’ ଦେହରେ ନିଆଁ ଲଗାଇ ଦେଇଥିଲେ ବୋଲି ସେ କହିଥିଲା। ଦୁର୍ବୃତ୍ତମାନେ ମୁହଁରେ ମୁଖା ପିନ୍ଧିଥିଲେ ବୋଲି ସେ କହିଥିଲେ। ସେମାନଙ୍କୁ ସେ ଚିହ୍ନି ନଥିବା କହିଥିଲେ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ