ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

ଭୁବନେଶ୍ୱର : ଦିଲ୍ଲୀରୁ ଫେରିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିବା ନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା । ବଳଙ୍ଗା ପୀଡିତାଙ୍କ ପରିବାରକୁ ଦିଲ୍ଲୀ ଏମ୍ସରେ ଭେଟିବା ସହ ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ।ପୀଡ଼ିତାଙ୍କର ଦୁଇ ଥର ସ୍କିନ୍ ଗ୍ରାଫ୍ଟିଙ୍ଗ ସରିଛି । ଥରକରେ ୪ରୁ ୫ ଘଣ୍ଟା ଗୋଟିଏ ଗୋଟିଏ ଅପରେସନ ପୀଡ଼ିତାଙ୍କର ହେଉଛି । ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଥିବା ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେପଟେ, ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ପୋଲିସ ହାତରେ ଲାଗିଛି ଗୁରୁତ୍ବପୂର୍ଣ୍ଣ ପ୍ରମାଣ । ବଳଙ୍ଗା ନାବାଳିକା ପୋଡ଼ି ଘଟଣା ନେଇ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ପୁରୀ ଏସ୍ପି ପିନାକ ମିଶ୍ର । ସେ କହିଛନ୍ତି, ବଳଙ୍ଗାରେ ଗୋଟିଏ ସ୍ପେଶାଲ ଟିମ୍ ତଦନ୍ତ ଜାରି ରଖିଛି । ତଦନ୍ତ ପାଇଁ ସମୟ ଲାଗୁଛି । ସବୁ ଦିଗରୁ ତଦନ୍ତ ଚାଲିଛି । କୌଣସି ଖିଅ ଛଡ଼ା ଯିବନାହିଁ ବୋଲି ପୁରୀ ଏସ୍‌ପି କହିଛନ୍ତି । ଠିକ୍ ଢ଼ଙ୍ଗରେ ତଦନ୍ତ ଚାଲିଛି । ପୋଲିସ ହାତରେ ମୂଲ୍ୟବାନ ତଥ୍ୟ ପ୍ରମାଣ ମିଳିଛି । ତେବେ ପୀଡ଼ିତା ଆଉ ଥରେ ବୟାନ ଦେବା ଓ କେତେ ଜଣଙ୍କୁ ଅଟକ ରଖିବା ଓ କାହାକୁ ପଚରାଉଚରା କରାଯାଇଛି ପ୍ରଶ୍ନର ଜବାବ ନଦେଇ ଏଡ଼ାଇଗଲେ ଏସ୍‌ପି ପିନାକ ମିଶ୍ର ।ତଦନ୍ତ ଚାଲିଥିବାରୁ ଏହି ପ୍ରଶ୍ନକୁ ଏଡାଇ ଯାଇଛନ୍ତି । ବଳଙ୍ଗା ଥାନାରେ ପ୍ରାୟ ଅଢ଼େଇ ଘଣ୍ଟା ରହିବା ପରେ ଗଣମାଧ୍ୟମ ଆଗରେ ଏସ୍‌ପି ଏହି ସୂଚନା ଦେଇଛନ୍ତି ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ