ବଳ ଗୋଟାଉଛି ଘୂର୍ଣ୍ଣିବଳୟ, ଆସନ୍ତାକାଲି ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ଆଜିଠାରୁ ରାଜ୍ୟରେ ବଢିବ ବର୍ଷାର ପ୍ରକୋପ । ଦାଉ ସାଧିବ ଭୀଷଣ ବର୍ଷା । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି । ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଶଙ୍କା ରହିଛି । ଏହି ସମୟରେ ଘଡ଼ଘଡ଼ି, ବିଜୁଳି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର 13ଟି ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
“ଆଜି ଉତ୍ତର ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ଏବଂ ଏହା ବାୟୁମଣ୍ଡଳର 5.8 କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଆସନ୍ତାକାଲି ଉତ୍ତରବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା ରହିଛି,” ବୋଲି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ନିଜର X ହ୍ୟାଣ୍ଡେଲ୍‌ରେ ଉଲ୍ଲେଖ କରିଛନ୍ତି ।
ଆସନ୍ତା 24 ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରରେ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ନିର୍ଦ୍ଦେଶିକା, ମନୋରମା ମହାନ୍ତି କହିଛନ୍ତି । ଏହି ସମୟରେ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଆଦି 13ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ସେପ୍ଟେମ୍ବର 11 ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସହିତ ଝଟକା ପବନ ଦେଖିବାକୁ ମିଳିବ । ପବନ ବେଗ କେତେକ ସ୍ଥାନରେ 30ରୁ 40 କିମି ପ୍ରତି ଘଣ୍ଟା ରହିବ । ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ସୁନ୍ଦରଗଡ଼, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ