ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା

ଭୁବନେଶ୍ୱର: ଅନୁଗୋଳ ଜିଲା ପାଲଲହଡ଼ା ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

ରବିବାର ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା। କେନ୍ଦୁଝରରୁ ଅନୁଗୋଳ ଆସୁଥିବା ଏକ ଓଏସ୍‌ଆର୍‌ଟିସି ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ବସ୍‌ରେ ୪୭ଜଣ ଯାତ୍ରୀ ଥିଲେ। ୨ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪୫ଜଣ ଆହତ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ୧୭ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ