ବସ୍ ଦୁର୍ଘଟଣା ; ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନୟାଗଡ଼ ଦଶପଲ୍ଲା ତହସିଲ ଅନ୍ତର୍ଗତ କୁଟିବାରି ଘାଟି ନିକଟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି।
ସୂଚନାନୁଯାୟୀ ଦଶପଲ୍ଲାରେ ଶନିବାର ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟାକେରା ନିକଟ ହନୁମାନଘାଟି ବୁଲାଣି ରାସ୍ତାରେ ଏକ ଟୁରିଷ୍ଟ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ୫ ଜଣଙ୍କ ଜୀବନ ଚାଲି ଯାଇଥିବା ବେଳେ ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ ।ଭାରସାମ୍ୟ ହରାଇ ପଥର ସହ ପିଟି ହୋଇ ଟୁରିଷ୍ଟ ବସଟି ଓଲଟି ପଡ଼ିବା ଫଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗାଡି ଚାଳକଙ୍କ ସହ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ରହିଛନ୍ତି।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ