ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ନିଯୁକ୍ତି ଉପରୁ ଅଙ୍କୁଶ ହଟିଲା

କଟକ: ମହିଳା ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ନିଯୁକ୍ତି ଉପରେ ପୂର୍ବରୁ ଜାରି ଅନ୍ତରୀଣ ଅଙ୍କୁଶକୁ ହାଇକୋର୍ଟ ଉଠାଇ ଦେଇଛନ୍ତି। ଫେବ୍ରୁଆରି ୩ର ଅନ୍ତରୀଣ ନିର୍ଦ୍ଦେଶରେ ହାଇକୋର୍ଟ ପରିବର୍ତ୍ତନ କରିଛନ୍ତି। ମହିଳା ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ପଦ ପାଇଁ ନିଯୁକ୍ତିପତ୍ର ପ୍ରଦାନ ପ୍ରସଙ୍ଗରେ ଅଗେଇବାକୁ ସରକାରଙ୍କୁ ହାଇକୋର୍ଟ ଅନୁମତି ଦେଇଛନ୍ତି। କିନ୍ତୁ ବିଚାରାଧୀନ ଚାରିଟି ରିଟ୍ ଆବେଦନର ଫଇସଲା ପର୍ୟ୍ୟନ୍ତ ଚାରିଟି ପଦ ପୂରଣ କରାଯିବ ନାହିଁ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ଅନ୍ୟପକ୍ଷରେ ଅନ୍ୟ ପ୍ରାର୍ଥୀଙ୍କ ସପକ୍ଷରେ ଯଦି ନିଯୁକ୍ତିପତ୍ର ପ୍ରଦାନ କରାଯାଏ ତେବେ ତାହା ଏହି ସବୁ ମାମଲାର ଚୂଡ଼ାନ୍ତ ରାୟ ଉପରେ ନିର୍ଭର କରିବ ବୋଲି ହାଇକୋର୍ଟ କହିଛନ୍ତି। ଜଷ୍ଟିସ୍‌ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ରାଜ୍ୟ ସରକାରଙ୍କ ଅନ୍ତରୀଣ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଆଜି ପ୍ରଦାନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ ମାର୍ଚ୍ଚ ତୃତୀୟ ସପ୍ତାହରେ ଚାରି ମୂଳ ରିଟ୍ ଆବେଦନର ପରବର୍ତ୍ତୀ ଶୁଣାଣି ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ପ୍ରାୟ ୨୭୪୯ ମହିଳା ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ପଦରେ ନିଯୁକ୍ତି ପାଇଁ ପଥ ପରିଷ୍କାର ହୋଇଛି। ଏଠାରେ ଉଲ୍ଲେଖଯୋଗ୍ୟ ଯେ ଫେବ୍ରୁଆରି ୩ରେ ହାଇକୋର୍ଟ ଗଙ୍ଗାମଣି ଜେନା ଓ ଅନ୍ୟ ତିନି ଜଣଙ୍କ ତରଫରୁ ଦାୟର ଆବେଦନଗୁଡ଼ିକର ଏକତ୍ର ଶୁଣାଣି କରି ମହିଳା ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ନିଯୁକ୍ତି ଉପରେ ଅନ୍ତରୀଣ ଅଙ୍କୁଶ ଜାରି କରିଥିଲେ। ନିଯୁକ୍ତି ପ୍ରକ୍ରିୟା ଜାରି ରହିବ, କିନ୍ତୁ କୋର୍ଟଙ୍କ ବିନା ଅନୁମତିରେ ଏହି ପ୍ରସଙ୍ଗ ଚୂଡ଼ାନ୍ତ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ମାମଲାରେ ୪ ସପ୍ତାହ ଭିତରେ ଜବାବ ଦାଖଲ ପାଇଁ ରାଜ୍ୟ ସରକାର ଓ ଅନ୍ୟ ପ୍ରତିପକ୍ଷଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ଫେବ୍ରୁଆରି ୩ର ଅନ୍ତରୀଣ ନିର୍ଦ୍ଦେଶ ଉଠାଇବାକୁ ନିବେଦନ କରି ରାଜ୍ୟ ସରକାରଙ୍କ ତରଫରୁ ଅନ୍ତରୀଣ ଆବେଦନ ଦାୟର କରାଯାଇଥିଲା।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ