ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି। ବାଂଲାଦେଶର ମୁସ୍ତାଫିଜୁର ରେହମାନଙ୍କୁ ଆଇପିଏଲରୁ ବାଦ୍‌ଦେବା ପାଇଁ କେକେଆର୍‌କୁ ବିସିସିଆଇ ନିର୍ଦେଶ ଦେବା ପରେ ଉଭୟ ଦେଶଙ୍କ ମଧ୍ୟରେ ତିକ୍ତତା ଆରମ୍ଭ ହୋଇଥିଲା। ପରେ ଟ୍ବେଣ୍ଟି୨୦ ବିଶ୍ବକପ୍‌ ଖେଳିବାକୁ ଭାରତ ନ ଆସିବା ଜିଦ୍‌ରେ ବାଂଲାଦେଶ ବିଶ୍ବକପ୍‌ରୁ ଓହରି ଯାଇଥିଲା। ପରେ ବାଂଲାଦେଶରେ ଆଇପିଏଲ୍‌ର ପ୍ରସାରଣ ହେବ ନାହିଁ ବୋଲି ସେଠାକାର ସରକାର ଘୋଷଣା କରିଥିଲେ। ହେଲେ ନିକଟରେ ଆଇପିଏଲ୍‌ ପ୍ରସାରଣ ଉପରୁ କଟକଣା ଉଠାଇବା ପାଇଁ ବାଂଲାଦେଶ ସରକାର ବିଚାର କରୁଥିଲେ। ଏହା ପୂର୍ବରୁ ଟିସ୍ପୋର୍ଟସ ସହ ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି। ଆଇପିଏଲ୍‌ ପ୍ରସାରଣ ବନ୍ଦ ଯୋଗୁଁ ବାଂଲାଦେଶର କ୍ରିକେଟ୍‌ପ୍ରେମୀ ବିଶ୍ବର ଏହି ସର୍ବବୃହତ୍, ଲୋକପ୍ରିୟ ଲିଗ୍‌ ଦେଖିବାରୁ ବଞ୍ଚିତ ହେବେ।

  • Related Posts

    ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ

    ଗ୍ଲାସ୍‌ଗୋ : ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ। ରବିବାର ମହିଳା ୪୮ କିଗ୍ରା ଭାରୋତ୍ତୋଳନ ବର୍ଗରେ ପ୍ରଥମ ସ୍ଥାନରେ ରହି ମୀରାବାଈ ସ୍ବର୍ଣ୍ଣପଦକ ଜିତି ପାରିଛନ୍ତି। ମଣିପୁରର ୩୨ ବର୍ଷ ବୟସ୍କା ମୀରାବାଈ ମୋଟ…

    Continue reading
    ଲର୍ଡସରେ ଭାରତକୁ ହରାଇ ଇଂଲଣ୍ଡ ଜିତିଲା ଦିନିକିଆ ସିରିଜ୍

    ଲର୍ଡସ: ଲର୍ଡସର ଐତିହାସିକ ମଇଦାନରେ ରବିବାର ଏଭଳି ଏକ ମ୍ୟାଚ୍ ଦେଖିବାକୁ ମିଳିଥିଲା, ଯେଉଁଥିରେ ରନ୍ ର ବର୍ଷା ହୋଇଥିଲା, ନୂତନ ରେକର୍ଡ ସୃଷ୍ଟି ହୋଇଥିଲା ଏବଂ ଶେଷରେ ଇଂଲଣ୍ଡ ବିଜୟୀ ହୋଇଥିଲା। ରୋହିତ ଶର୍ମାଙ୍କ ଚମତ୍କାର ୧୩୮ ରନ୍, ବିରାଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ