ବାଗ୍‍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍ ଉଦ୍‍ଘାଟିତ

ଭୁବନେଶ୍ୱର: ଭୁବନେଶ୍ୱର ଇନଫୋସିଟି-୨ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଗ୍‍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍’ର ଉଦ୍‍ଘାଟନ କରିଛନ୍ତି । ସୂଚନାଯୋଗ୍ୟ ଯେ, ଏହି ସେଣ୍ଟର୍‌ଟି ବାଙ୍ଗାଲୋର୍ ହସ୍‌ପିସ୍ ଟ୍ରଷ୍ଟ ଅନ୍ତର୍ଭୁକ୍ତ ‘କରୁଣାଶ୍ରୟ’ ଅନୁଷ୍ଠାନର ସହଯୋଗ ଏବଂ ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ ଓ ଶ୍ରୀ ସୁବ୍ରତ ବାଗ୍‌ଚୀଙ୍କ ଅକୁଣ୍ଠିତ ଅନୁଦାନରେ ପ୍ରତିଷ୍ଠିତ ହୋଇଛି । ଏଠାରେ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଜୀବନର ଶେଷାବସ୍ଥାରେ ପହଞ୍ଚିଥିବା ସମସ୍ତ ରୋଗୀମାନଙ୍କର ସେବା ନିଃଶୁଳ୍କ ଭାବରେ କରାଯାଏ । ଓଡିଶା ସରକାର ଏହି ସେଣ୍ଟର୍‌ ପାଇଁ ଜମି ତଥା ଅନ୍ୟାନ୍ୟ ଆନୁସଙ୍ଗିକ ଆବଶ୍ୟକ‌ତା ରିହାତି ଦରରେ ଯୋଗାଇ ଦେଇଛନ୍ତି । ସେବା ଯତ୍ନ ବ୍ୟତୀତ ‘ବାଗ୍‌ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍‌ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ମଧ୍ୟ ଆଗାମୀ ଦିନରେ କାର୍ୟ୍ୟ କରିବ। ଏଭଳି ଏକ କଲ୍ୟାଣକାରୀ ଅନୁଷ୍ଠାନର ଉଦ୍‍ଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କେନ୍ଦ୍ରଟି ହେଉଛି ମାନବୀୟ ଆଦର୍ଶର ଶ୍ରେଷ୍ଠ ଉଦାହରଣ ଏବଂ ଦାନ, ଦୟା ଓ କରୁଣାର ଏକ ମହାନ ପ୍ରତିଫଳନ। ମୁଖ୍ୟମନ୍ତ୍ରୀ ଏହି କେନ୍ଦ୍ରର ପ୍ରତିଷ୍ଠାତା ବାଗ୍‍ଚୀ ଦମ୍ପତିଙ୍କୁ ପ୍ରଶଂସା କରି କହିଥିଲେ ଯେ ସମାଜ ସେବା କ୍ଷେତ୍ରରେ ଏପରି ନିସ୍ୱାର୍ଥପର ଅବଦାନ ଆଜିକାଲି ଖୁବ କ୍ୱଚିତ ଦେଖିବାକୁ ମିଳୁଛି । ଏହି ଦମ୍ପତି ହେଉଛନ୍ତି ଓଡିଶା ପାଇଁ ଆଦର୍ଶ । ତାଙ୍କର ଏହି ପଦକ୍ଷେପ ନିଶ୍ଚିତ ରୂପେ ଅନ୍ୟ ମାନଙ୍କୁ ସମାଜସେବା ପାଇଁ ପ୍ରେରଣା ଯୋଗାଇବ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ କ୍ୟାନସର ରୋଗର ଚିକିତ୍ସା ଅତ୍ୟନ୍ତ ବ୍ୟୟ ବହୁଳ ଏବଂ ରୋଗରେ ରୋଗୀର ମୃତ୍ୟୁ ସହିତ ପରିବାର ମଧ୍ୟ ଆର୍ଥିକ ଅଭାବର ସମ୍ମୁଖୀନ ହୋଇଥାନ୍ତି । ଏଭଳି ସ୍ଥିତିରେ ବାଗ୍‍ଚୀ ଦମ୍ପତିଙ୍କର ସ୍ୱଳ୍ପ ମୂଲ୍ୟରେ ଚିକିତ୍ସା ପାଇଁ ଭୁବନେଶ୍ୱରରେ ଗୋଟିଏ ବିଶ୍ୱସ୍ତରୀୟ କ୍ୟାନସର ହସ୍‍ପିଟାଲ ଏବଂ ଯେଉଁ ରୋଗୀ ମାନଙ୍କ ବଞ୍ଚିବାର ଆଶା କମ୍ ରହିଛି, ସେମାନଙ୍କ ଯନ୍ତ୍ରଣାକୁ ଲାଘବ କରିବା ପାଇଁ ୧୧୦ ଶଯ୍ୟା ବିଶିଷ୍ଟ ପାଲିଆଟିଭ୍ କେୟାର ସେଣ୍ଟର ଜରିଆରେ ମାଗଣାରେ ସେବା ଯୋଗାଇ ଦେବା ମାନବ କଲ୍ୟାଣର ଏକ ଅନନ୍ୟ ନିଦର୍ଶନ ।
ଅନ୍ୟତମ ଅତିଥିଭାବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ଯେ ଭାରତବର୍ଷରେ ଲୋକସେବାର ସବୁଠାରୁ ବଡ ଆଦର୍ଶ ହେଉଛି ଏହି କରୁଣାଶ୍ରୟ । ଏହି ଅନୁଷ୍ଠାନ ହେଉଛି ତ୍ୟାଗ, କରୁଣା ଓ ସମବେଦନାକୁ ପ୍ରତିଫଳିତ କରୁଥିବା ଏକ ସ୍ୱୟଂସେବୀ ଅନୁଷ୍ଠାନ । ଓଡିଶାରେ କ୍ୟାନସର ହସ୍‍ପିଟାଲ ପ୍ରତିଷ୍ଠା ଏବଂ କରୁଣାଶ୍ରୟ ପାଇଁ ରାଜ୍ୟବାସୀଙ୍କ ତରଫରୁ ବାଗ୍‍ଚୀ ଦମ୍ପତିଙ୍କୁ ସେ କୃତଜ୍ଞତା ଜଣାଇଥିଲେ ।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ କହିଥିଲେ ଯେ ମୃତ୍ୟୁ ସହ ସଂଗ୍ରାମ କରୁଥିବା କ୍ୟାନସର ରୋଗୀଙ୍କୁ ସେବା ଯୋଗାଇ ଦେବାପାଇଁ ମହତ୍ ଉଦ୍ଦେଶ୍ୟ ରଖି ଏହି ଅନୁଷ୍ଠାନ ପ୍ରତିଷ୍ଠା ହୋଇଛି। ବାଗ୍‍ଚୀ ମହୋଦୟ ଓ ରୋଗୀମାନଙ୍କୁ ସେବା କରୁଥିବା ନର୍ସ ଓ ସ୍ୱାସ୍ଥ୍ୟକର୍ମୀ ମାନଙ୍କୁ ଧନ୍ୟବାଦ ଦେଇ ସେ କହିଥିଲେ ଯେ ଯେଉଁ ମହତ ଉଦ୍ଦେଶ୍ୟ ରଖି ଏହି ଅନୁଷ୍ଠାନ ଗଢିଉଠିଛି, ତାର ଲକ୍ଷ୍ୟ ପଥରେ ସେ ସଫଳ ହେଉ । ଏଥିପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ।
ଏହି କେନ୍ଦ୍ରର ପ୍ରତିଷ୍ଠାତା ସୁବ୍ରତୋ ବାଗ୍‍ଚୀ କହିଥିଲେ ଯେ କ୍ୟାନସର ରୋଗ, ରୋଗୀ ସହିତ ସମଗ୍ର ପରିବାରକୁ ପ୍ରଭାବିତ କରିଥାଏ । ଏଥିପାଇଁ ଚିକିତ୍ସା ସହିତ ସମବେଦନାର ଆବଶ୍ୟକତା ରହିଛି । ଏହି କେନ୍ଦ୍ରର ନର୍ସ ଓ ସ୍ୱାସ୍ଥ୍ୟକର୍ମୀ ମାନେ ରୋଗୀ ମାନଙ୍କ ଘରକୁ ଯାଇ ମଧ୍ୟ ସେବା ଯୋଗାଉଛନ୍ତି । ସମସ୍ତଙ୍କ ସହଯୋଗରେ ଏହି କେନ୍ଦ୍ର ପ୍ରତିଷ୍ଠା ହୋଇଛି । କ୍ୟାନସର ଚିକିତ୍ସା କେବଳ ସରକାରଙ୍କ ଉପରେ ଛାଡି ଦେଲେ ହେବ ନାହିଁ, ଆମ ସମସ୍ତଙ୍କୁ ଏଥିରେ ସହଯୋଗ କରିବାକୁ ପଡିବ।ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏହି କେନ୍ଦ୍ରରେ ଚିକିତ୍ସିତ ହେଉଥିବା ରୋଗୀ ଓ ସେମାନଙ୍କର ସଂପର୍କୀୟ ମାନଙ୍କ ପାଖକୁ ଯାଇ କଥା ହୋଇଥିଲେ । ବିଧାୟକ ଶ୍ରୀ ବାବୁ ସିଂହ, ବିଧାୟକ ଶ୍ରୀ ଆକାଶ ଦାସ ନାୟକ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ କାର୍ୟ୍ୟକ୍ରମରେ ଉପସ୍ଥିତ ଥିଲେ ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ