ବାଘ ଆକ୍ରମଣରେ ଯୁବକ ମୃତ୍ୟୁ

ନବରଙ୍ଗପୁର ଜିଲା ଓଡ଼ିଶା ଛତିଶଗଡ଼ ସୀମାନ୍ତ କାଁକେର ବନଖଣ୍ଡ ଅଧୀନ କୋଦାଗାଁ ଅଞ୍ଚଳରେ ବାଘ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋଦାଗାଁ ବଜାରପାରା ନିବାସୀ ଦ୍ୱାରକା ଦେଉରି।

ବୁଧବାର ସନ୍ଧ୍ୟା ପ୍ରାୟ ୭ଟା୩୦ରେ ବଜାର କାମ ସାରି ଚାଲି ଚାଲି ନିଜ ଘରକୁ ଫେରୁଥିଲେ। ଥକି ଯିବାରୁ ସେ ଏକ ସ୍ଥାନରେ ବିଶ୍ରାମ ନେଉଥିଲେ। ଏହି ସମୟରେ ହଠାତ୍‌ ଏକ ଚିତାବାଘ ତାଙ୍କୁ ଜଙ୍ଗଲ ଭିତରକୁ ଟାଣି ନେଇଥିଲା। କେତେଜଣ ପଥଚାରୀ ରକ୍ତ ଛିଟା ଓ ଚପଲ ଦେଖି ଗ୍ରାମବାସୀଙ୍କୁ ସୂଚନା ଦେଇଥିଲେ। ପରେ ଗ୍ରାମବାସୀ ଏକାଠି ହୋଇ ରାସ୍ତାଠାରୁ ୨୦୦ ମିଟର ଦୂରରେ ଥିବା ଜଙ୍ଗଲକୁ ଯାଇଥିଲେ। ସେଠାରେ ଦ୍ୱାରିକାଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖି ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ। ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଘଟଣା ପରେ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ