ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ।

ନୁଆଗୁଡା ଗାଁ ର ମାନସିଂହ ଗହୀର ଘରୋଇ ଅଶାନ୍ତିକୁ ନେଇ ପୁଅ ଆଲୋକ ରଞ୍ଜନ ସହ ବଚସା ହୋଇଥିଲା। ପରବର୍ତ୍ତୀ ସମୟରେ ବାପା ମାନସିଂହ ଉତକ୍ଷିପ୍ତ ହେଇ ପୁଅ ଆଲୋକର ମୁଣ୍ଡରେ ଏକ କାଠ ଫାଳିଆ ଦ୍ୱାରା ଆକ୍ରମଣ କରିଥିଲେ। ଫଳରେ ଆଲୋକ ରକ୍ତାକ୍ତ ଅବସ୍ଥାରେ ଘର ସମ୍ମୁଖରେ ପଡିଯାଇଥିଲା।

ପରିବାର ଲୋକ ଗୁରୁତର ଅବସ୍ଥାରେ ଆଲୋକକୁ ଉଦ୍ଧାର କରି ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷିତ କରିଥିଲେ। ଅନ୍ୟପକ୍ଷରେ ପୋଲିସ ଆକ୍ରମଣକାରୀ ବାପ ମାନସିଂହକୁ ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ