ବାରକୋଟ କଲେଜରେ ସଚେତନତା କା‌ର୍ଯ୍ୟକ୍ରମ

ଦେବଗଡ:ବାରକୋଟ ପଞ୍ଚାୟତ ସମିତି ସ୍ନାତକ କଲେଜରେ ଆଜି ଯୁବ ରେଡ଼କ୍ରସ ପକ୍ଷରୁ ଅତ୍ୟଧିକ ତେଲର ବ୍ୟବହାର ସହ ଜଳଖିଆରେଛଣା ଖାଦ୍ୟ ବର୍ଜନ କରିବା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କଲେଜର ଅଧ୍ୟକ୍ଷ ଜିତେନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକମରେ ବାରକୋଟ ବିଡ଼ିଓ ସୂର୍ଯ୍ୟକାନ୍ତ ବରିହା ମୁଖ୍ୟଅତିଥି, +୨ କଲେଜର ଅଧ୍ୟକ୍ଷ ମୁକ୍ତେଶ୍ଵର ରାଉତ ସମ୍ମାନିତ ଅତିଥି ଭାବେ ‌ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ।ଯୁବ ରେଡ଼କ୍ରସର ସଂଯୋଜିକା ମଧୁମିତା ନନ୍ଦ କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହ ଧନ୍ୟବାଦ ଦେଇଥିଲେ।ଏହି ଅବସରରେ ଛାତ୍ର ଛାତ୍ରୀଙ୍କୁ ନେଇ ଏକ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ କଲେଜର ସମସ୍ତ ଅଧ୍ୟାପକ,ଅଧ୍ୟାପିକା, କର୍ମଚାରୀ,ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

  • Related Posts

    ପିୟୁସିସି ଜରିମାନା ରାଶି ହ୍ରାସ

    ଭୁବନେଶ୍ଵର : ଗାଡି ମାଲିକ ଓ ଚାଳକଙ୍କୁ ବଡ଼ ଆଶ୍ଵସ୍ତି । ପିୟୁସିସି ଜରିମାନା ରାଶି ହ୍ରାସ କଲେ ରାଜ୍ୟ ସରକାର । ୨୦୧୯ ମସିହାରୁ ପ୍ରଦୂଷଣ ନିୟମ ଉଲଂଘନ ପାଇଁ ଧାର୍ଯ୍ୟ ହୋଇଥିବା ୧୦,୦୦୦ ଜରିମାନା ରାଶିକୁ ଏବେ ହ୍ରାସ…

    Continue reading
    ଆଜି ସାଢ଼େ ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

    ପୁରୀ: ଆଜି ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅବସରରେ ଶ୍ରୀମନ୍ଦିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ଅପରାହ୍ନ ୨.୩୦ ଠାରୁ ସନ୍ଧ୍ୟା ୭.୦୦ଟା (ପାଖାପାଖି ୪.୩୦) ପର୍ଯ୍ୟନ୍ତ ସର୍ବସାଧାରଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ