
ଭୁବନେଶ୍ଵର: ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାରେ ଯୁବକଙ୍କୁ ବଭତ୍ସ ହତ୍ୟା ଘଟଣା। ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲେ ପୁଲିସ୍ ଡିଜିପି ୱାଇ.ବି. ଖୁରାନିଆ ଓ ଡିସିପି ଜଗମୋହନ ମୀନା। କ୍ରାଇମ ସ୍ପଟରେ ସେମାନେ ପହଞ୍ଚି ତଦନ୍ତ କରିଛନ୍ତି। ଡିଜିପି ଓ ଡିସିପିଙ୍କ ସହ ଘଟଣାସ୍ଥଳରେ ବାଲିଅନ୍ତା ଥାନା ପୁଲିସ୍ ମଧ୍ୟ ତଦନ୍ତ କରିଛି।
ସୂଚନା ଥାଉକି, ଜିଆରପି କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା ଘଟଣାରେ ୫ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି । ସିସିଟିଭି ଫୁଟେଜ୍ ଆଧାରରେ ଅନ୍ୟ ଅଭିଯୁକ୍ତଙ୍କୁ ଖୋଜୁଛି ପୁଲିସ । ଭିଡିଓ ଗୁଡ଼ିକ ତଦନ୍ତ କରାଯାଇ ଯେଉଁମାନେ ଘଟଣାରେ ସଂପୃକ୍ତ ଅଛନ୍ତି ସେମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସିପି କହିଛନ୍ତି। ସେପଟେ ଘଟଣାସ୍ଥଳକୁ ଆସିବେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି। ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଥିବା ବେଳେ ବାଲିଅନ୍ତା ଥାନାରେ ଫୋର୍ସ ମୁତୟନ ହୋଇଛନ୍ତି। ବାଲିଅନ୍ତା ଥାନାରେ ଦୁଇଟି ପୃଥକ ପୃଥକ ଏତଲା କରାଯାଇଛି। ଗୋଟେ ଏତଲା ମୃତ ଯୁବକଙ୍କ ବାପା ଦେଇଥିବା ବେଳେ ଅନ୍ୟ ଏକ ଏତଲା ଅସଦାଚରଣ ଶିକାର ହୋଇଥିବା ଯୁବତୀଙ୍କ ପକ୍ଷରୁ କରାଯାଇଛି । ଘଟଣା ନେଇ ମୁଖ୍ୟମନ୍ତ୍ରୀ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

