ବାଲିମେଳା ଜଳଭଣ୍ଡାରରେ ସୌର ଶକ୍ତିରୁ ଉତ୍ପନ୍ନ ହେବ ବିଦ୍ୟୁତ୍

ବାଲିମେଳା ଜଳଭଣ୍ଡାର ଭିତରେ ତିଆରି ହେବ ଫ୍ଲୋଟିଙ୍ଗ ପାୱାର ପ୍ରୋଜେକ୍ଟ। ଜଳଭଣ୍ଡାରେ ସୌର ଶକ୍ତିରୁ ଉତ୍ପନ୍ନ ହେବ ବିଦ୍ୟୁତ। ମାଲକାନଗିରି ଜିଲ୍ଲା ବାସୀଙ୍କୁ କମ୍‌ ଶୁଳ୍କରେ ମିଳିବ ବିଦ୍ୟୁତ ସେବା। ଆଜି ଏହି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ।
ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ମାଲକାନଗିରି ଗସ୍ତରେ ଯାଇଛନ୍ତି। ସେ ବାଲିମେଳା ଜଳ ବିଦ୍ୟୁତ ପ୍ରକଳ୍ପ ବୁଲି ଦେଖିଲେ। ପରେ ଅଧିକାରୀ ଓ ଜନ ପ୍ରତିନିଧିଙ୍କୁ ନେଇ ଆୟୋଜିତ ହୋଇଥିବା ସମୀକ୍ଷା ବୈଠକରେ ଉପ ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ।
ବୈଠକ ପରେ ଶ୍ରୀ ସିଂଦେଓ କହିଛନ୍ତି, ବାଲିମେଳା ଜଳ ବିଦ୍ୟୁତ ପ୍ରକଳ୍ପର ନବୀକରଣ କରାଯିବ। ଏଠାରୁ ଆହୁରି ଅଧିକ ୬୦୦ ମେଗାୱାଟ୍‌ ବିଦ୍ୟୁତ ଉତ୍ପାଦନ କରାଯିବ। ଏଥିପାଇଁ ଆବଶ୍ୟକ ଅତ୍ୟାଧୁନିକ ଯନ୍ତ୍ରପାତି ଲାଗିବ। ଜଙ୍ଗଲ ବିଭାଗର ଅନୁମତି ମିଳିଲେ ୨୦୩୧ ମସିହା ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ ଶେଷ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ବାଲିମେଳା ଜଳ ବିଦ୍ୟୁତ ପ୍ରକଳ୍ପ ପରିଦର୍ଶନ ପରେ ମାଲକାନଗିରି ଫେରିଆସିଥିଲେ। ଏଠାରେ କୃଷି ବିଭାଗ ତରଫରୁ ହୋଇଥିବା ସମୀକ୍ଷା ବୈଠକରେ ଯୋଗଦେବା ପରେ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳାକୁ ଉଦ୍‌ଘାଟନ କରିଥିଲେ। ଆଜିଠାରୁ ଆରମ୍ଭ ହେବାକୁ ଥିବା ମାଲ୍ୟବନ୍ତ ମହୋତ୍ସବରେ ସେ ମୁଖ୍ୟଅତିଥି ଭାବେ ଯୋଗଦେବେ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ