ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳର ଛାତ୍ରୀ ମୃତ୍ୟୁ ମାମଲା ନେଇ ରାଜ୍ୟବ୍ୟାପି ଉତ୍ତେଜନାର ବାତାବରଣ ଦେଖାଯାଇଛି। ଏହି ଘଟଣାକୁ ପ୍ରସଙ୍ଗ କରି କଂଗ୍ରେସ ସଂସଦରେ ସ୍ବର ଉଠାଇବ। ଏଥି ପାଇଁ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବାଲେଶ୍ବର ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଅଖିଳ ଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଜୁଲାଇ ୧୭ରେ ଓଡ଼ିଶା ବନ୍ଦ କରୁଥିବାବେଳେ ଆଗାମୀ ଦିନରେ ସଂସଦ ଘେରାଉ କରିବ। ଏହି ଘୋଷଣା ସହ ଅଳକା ଲାମ୍ବା ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି।

ଅଳକା ଲାମ୍ବା କହିଛନ୍ତି ଯେ ଓଡ଼ିଶାରେ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିଫଳ ହୋଇଛି। ଓଡ଼ିଶାରେ ନାରୀ ନିରାପତ୍ତା ଓ ନ୍ୟାୟ ପାଇଁ କୌଣସି କଡ଼ା ପଦକ୍ଷେପ ନିଆଯାଇ ନାହିଁ। ବାଲେଶ୍ବରରେ ଜଣେ ଛାତ୍ରୀଙ୍କୁ ବିଭାଗୀୟ ମୁଖ୍ୟଙ୍କ ଦ୍ୱାରା ଯୌନ ନିର୍ୟାତନାର ଚାପ ଦିଆଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ କଂଗ୍ରେସ ଗୁରୁତ୍ବର ସହିତ ନେଉଛି। ସଂସଦର ଆଗାମୀ ମୌସୁମୀ ଅଧିବେଶନରେ ଏହି ପ୍ରସଙ୍ଗକୁ ପ୍ରମୁଖତା ଦେବ। ଆଗାମୀ ୨୧ ତାରିଖରେ ସଂସଦ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ କଂଗ୍ରେସ ଦଳ ସଂସଦ ଘେରାଉ କରି ବାଲେଶ୍ବର ଘଟଣାରେ ନ୍ୟାୟ ଦାବି କରିବ। ଓଡ଼ିଶା ପ୍ରସଙ୍ଗକୁ ଆମେ ପ୍ରାଥମିକତା ଦେବୁ।

ଅଳକା ଲାମ୍ବା ଓଡ଼ିଶା ଗସ୍ତ କରି ବାଲେଶ୍ବର ପୀଡ଼ିତାଙ୍କ ପରିବାରକୁ ଭେଟିବାର କାର୍ୟ୍ୟକ୍ରମ ରହିଛି। ମହିଳା କଂଗ୍ରେସ ସଭାପତି ମୀନାକ୍ଷୀ ବାହିନିପତିଙ୍କ ନେତୃତ୍ୱରେ ବାଲେଶ୍ବରରେ ଏକ ବିଶାଳ କର୍ମୀ ସମାବେଶ ଆୟୋଜନ କରାଯାଇଛି। ଏହି ସମାବେଶରେ ଅଳକା ଲାମ୍ବା ମଧ୍ୟ ଯୋଗ ଦେବେ।
ଅଳକା ଲାମ୍ବା ଓ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଅଖିଳ ଭାରତୀୟ କଂଗ୍ରେସ କମିଟି କାର୍ୟ୍ୟାଳୟରେ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ। ସୋଫିଆ କହିଥିଲେ, ଏହି ଘଟଣା ରାଜ୍ୟରେ ମହିଳା ନିରାପତ୍ତାର ଦୁର୍ବଳ ଚିତ୍ରକୁ ପ୍ରକାଶ କରୁଛି। ରାଜ୍ୟ ସରକାର ଏହାକୁ ଗମ୍ଭୀରତାର ସହ ନେଉ ନାହାନ୍ତି। ଏହି ଘଟଣାକୁ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି।

  • Garvita Odia

    Related Posts

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଭୁବନେଶ୍ବର: ଯେକୌଣସି ଦଳ ହେଉ, ଯେଉଁମାନେ ମହିଳା ପ୍ରସଙ୍ଗରେ ବିଜେପି ସରକାର ବିରୁଦ୍ଧରେ ଲଢିବ ସେମାନଙ୍କ ପ୍ରତି ବିଜେଡ଼ିର ନୈତିକ ସମର୍ଥନ ରହିବ। ପୀଡିତାଙ୍କ ଅଭିଯୋଗକୁ ସମସ୍ତେ ଅଣଦେଖା କଲେ। ଯେଉଁଥିପାଇଁ ସେ ଜୀବନ ହାରିଲା। ଏହା ଜନତାଙ୍କ ପ୍ରତିକ୍ରିୟା। ଆମେ…

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ଭୁବନେଶ୍ୱର ବିଜେପି ସାଂସଦ ଅପରାଜିତା ଷଡଙ୍ଗୀଙ୍କ ସାମ୍ବାଦିକ ସମ୍ମିଳନୀ । FM କଲେଜ ଛାତ୍ରୀଙ୍କ ଆତ୍ମାହୁତିକୁ ନେଇ ବିରୋଧୀଙ୍କ ଆନ୍ଦୋଳନ ପ୍ରସଙ୍ଗରେ ବିଜେଡ଼ି ଓ କଂଗ୍ରେସ ଉପରେ ବର୍ଷିଲେ ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ । କହିଲେ, ବିଜେଡ଼ି ସରକାର ୨୪ବର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ଅଧ୍ୟାପକ ଗୋପୀକାନ୍ତ ସୁନା  ନିଲମ୍ବିତ

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଆମକୁ  ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ,  ବିଜେପିକୁ ରଖନ୍ତୁ

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ବିରୋଧୀଙ୍କ ଉପରେ ବର୍ଷିଲେ  ଅପରାଜିତା

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ମହିଳା ହେଲପଲାଇନ ନଂ-୧୮୧

    ମହିଳା ହେଲପଲାଇନ ନଂ-୧୮୧