ବାଲେଶ୍ୱରରେ ପୁଲିସ ଡିଜି ବିନୟତୋଷ ମିଶ୍ର

ବାଲେଶ୍ୱର : ବାଲେଶ୍ୱର ଗସ୍ତରେ ପୁଲିସ ଡିଜି ବିନୟତୋଷ ମିଶ୍ର। ପୂର୍ବାଞ୍ଚଳ ପୁଲିସ ମୁଖ୍ୟ କାର୍ଯ୍ୟାଳୟରେ ଡିଜିପିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ହୋଇଛି। ବୈଠକରେ ପୂର୍ବାଞ୍ଚଳ ରେଞ୍ଜ ଅଧୀନରେ ଥିବା 3 ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ ଓ ଭଦ୍ରକରେ ଆଇନଶୃଙ୍ଖଳା ସ୍ଥିତି ଓ ଆଗାମୀ ପାର୍ବଣ ପାଇଁ ସୁରକ୍ଷା ପ୍ରସ୍ତୁତି ନେଇ ବିସ୍ତୃତ ଆଲୋଚନା ହୋଇଛି। ବୈଠକରେ ଏଡିଜି-ଆଇନଶୃଙ୍ଖଳା ସଞ୍ଜୟ କୁମାର ଓ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସମେତ ବରିଷ୍ଠ ପୁଲିସ ଅଧିକାରୀମାନେ ଉପସ୍ଥିତ ଥିଲେ। ତିନି ଜିଲ୍ଲାର ସାମଗ୍ରିକ ଆଇନଶୃଙ୍ଖଳା ପରିସ୍ଥିତି, ଅପରାଧ ନିୟନ୍ତ୍ରଣ ଓ ପୁଲିସର ପ୍ରସ୍ତୁତି ସମ୍ପର୍କରେ ଡିଜିପି ସମୀକ୍ଷା କରିଥିଲେ।

ବିଶେଷକରି ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ପାର୍ବଣ ସମୟରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ନଘଟେ, ସେଥିପାଇଁ ପୁଲିସକୁ ଆଗୁଆ ପଦକ୍ଷେପ ନେବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକ ଉପରେ କଡ଼ା ନଜର ରଖିବା, ଅପରାଧୀଙ୍କ ଗତିବିଧି ଉପରେ ନଜରଦାରୀ ବଢ଼ାଇବା ଏବଂ ଆଇନଶୃଙ୍ଖଳା ରକ୍ଷା ପାଇଁ ଆବଶ୍ୟକ ପୁଲିସ ବ୍ୟବସ୍ଥା କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ