ବାଲେଶ୍ୱରରେ ବନ୍ୟା ସ୍ଥିତି

ବାଲେଶ୍ୱର :ବାତ୍ୟା ‘ଦାନା’ ଯୋଗୁ ବାଲେଶ୍ୱର ଜିଲ୍ଲାରେ ଉପୁଜିଛି ବନ୍ୟା ସ୍ଥିତି। ଲଗାଣ ବର୍ଷା ହେତୁ ପାଣି ଉଛୁଳି ପରିସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେବାକୁ ଲାଗିଛି। ପାଣି ପ୍ରଖର ସ୍ରୋତରେ ପ୍ରବାହିତ ହେବାରୁ ବାଲେଶ୍ୱର ଜିଲ୍ଲାର ୧୦ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛି ।
ବାତ୍ୟା ‘ଦାନା’ ପ୍ରଭାବରେ ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳରେ ପ୍ରବଳ ବର୍ଷା ହୋଇଥିବାରୁ ବାଲେଶ୍ୱର ଜିଲ୍ଲାରେ ବନ୍ୟା ସ୍ଥିତି ଉପୁଜିଛି । ବୁଢାବଳଙ୍ଗ ଓ ସୋନ ନଦୀରେ ପ୍ରବଳ ମାତ୍ରାରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ ବାଲେଶ୍ୱର ଜିଲ୍ଲାର ଅନେକ ଅଞ୍ଚଳ ପ୍ରଭାବିତ ହୋଇଛି । ବନ୍ୟା ପରିସ୍ଥିତି ଯୋଗୁ ନୀଳିଗିରି ଓ ରେମୁଣାର ବେଗୁନିଆ, କାଂଶ, କାଠପୋଲ, କଲ୍ୟାଣପୁର ଆଦି ଗାଁ ବନ୍ୟା ଘେରରେ ରହିଛି । ବେଗୁନିଆରୁ ତୋଟାପଡାକୁ ସଂଯୋଗ କରୁଥିବା ରାସ୍ତା ଧୋଇଯିବାରୁ ୧୦ରୁ ଅଧିକ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।  ସେହିପରି କୁଳଢିଆ ଅଭୟାରଣ୍ୟରେ ବର୍ଷା ଯୋଗୁ ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ବୁଡିଯାଇଛି ।

  • Related Posts

    ମହାକାଳପଡ଼ା ଥାନାରେ NHRC ଟିମ୍

    କେନ୍ଦ୍ରପଡ଼ା: କେନ୍ଦ୍ରପଡ଼ା ଜିଲ୍ଲାର ମହାକାଳପଡ଼ା ବିଡିଓଙ୍କ କାର୍ଯ୍ୟାଳୟରେ ଘଟିଥିବା ଘଟଣା ପରେ ସରପଞ୍ଚ ଚାମେଲି ଓଝାଙ୍କୁ ନେଇ ସାରା ଦେଶରେ ଚର୍ଚ୍ଚା ହୋଇଥିଲା । ଏହା ପରେ ଘଟିଥିବା ଘଟଣା ଓ ଏହା ସହ ଜଡ଼ିତ ଥାନାରେ ରୁଜୁ ୩ଟି ମାମଲାରେ…

    Continue reading
    ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ଛାତ୍ରଛାତ୍ରୀ

    ଭୁବନେଶ୍ଵର : ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରଛାତ୍ରୀ ମଧ୍ୟରେ ଉତ୍ସାହ । ଆଜି ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ଛାତ୍ରଛାତ୍ରୀ । ଦୀର୍ଘ ୮ ବର୍ଷ ପରେ ନିର୍ବାଚନ ତାରିଖ ଘୋଷଣା କରିଥିବାରୁ ସରକାର ଓ ମନ୍ତ୍ରୀଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ