ଦେବଗଡ଼:ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାସ୍ତରୀୟ ବାଲ୍ୟ ବିବାହ ନିଷେଧ ଅଧିନିୟମ ସଂପର୍କିତ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁରତି ପ୍ରଧାନଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଶିବିରରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ମୁଖ୍ୟଅତିଥି,ଜିଲ୍ଲା ପଞ୍ଚାୟତ ଅଧିକାରୀ ହେମନ୍ତ କୁମାର ସିଂହ ଓ ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର କୁମାର ପୁହାଣ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉକ୍ତ ଆଇନ ସଂପର୍କରେ ଆଲୋକପାତ କରିଥିଲେ। ଶିବିରରେ ପ୍ରଶିକ୍ଷକ ଭାବେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ର ଓ ଜିଲ୍ଲା ମହିଳା ସଶକ୍ତିକରଣ କେନ୍ଦ୍ର ଜିଲ୍ଲା ସଂଯୋଜକ ସତ୍ୟବ୍ରତ ବେହେରା ବାଲ୍ୟ ବିବାହ ନିଷେଧ ଅଧିକାରୀଙ୍କ ଦାୟିତ୍ୱ ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବାଲ୍ୟ ବିବାହ ରୋକିବା ପାଇଁ ପଞ୍ଚାୟତ ନିର୍ବାହୀ ଅଧିକାରୀ ତଥା ବାଲ୍ୟ ବିବାହ ନିଷେଧ ଅଧିକାରୀଙ୍କ ଦାୟିତ୍ୱ ଓ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବିଷୟରେ ତାଲିମ ଦେଇଥିଲେ।କାର୍ଯ୍ୟକ୍ରମରେ ଡିଆଇପିଆରଓ ମନୋରଞ୍ଜନ ସୂତାର,ସମସ୍ତ ସିଡିପିଓ,ପଞ୍ଚାୟତ ନିର୍ବାହୀ ଅଧିକାରୀ,ବିଦ୍ୟାଳୟ ଛାତ୍ରାବାସର ୱାର୍ଡେନ୍ ଉପସ୍ଥିତ ଥିଲେ।ପ୍ରୋଟେକଶନ ଅଫିସର ତଥା ପ୍ରୋଗ୍ରାମ ଅଫିସର ଜ୍ୟୋତ୍ସ୍ନା ତନ୍ତୀ ଧନ୍ୟବାଦ ଦେଇଥିଲେ।
ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ
ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…








