ବାୟୁସେନାର ଲଢୁଆ ବିମାନ ମିରାଜ ୨୦୦୦ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଶିବପୁରୀରେ ଭାରତୀୟ ବାୟୁସେନାର ମିରାଜ ୨୦୦୦ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ଲଢୁଆ ବିମାନର ଉଭୟ ପାଇଲଟ ଆହତ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣା ପରେ ଲଢୁଆ ବିମାନଟି ଖରାପ ଭାବେ ଜଳୁଥିବାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ।ସୂଚନା ଅନୁଯାୟୀ, ମିରାଜ ୨୦୦୦ ଲଢୁଆ ବିମାନଟି ଗୁରୁବାର ଅପରାହ୍ନ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଶିବପୁରୀର କରିରା ତହସିଲ ଅନ୍ତର୍ଗତ ସୁନାରୀ ଥାନା ଅଞ୍ଚଳରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।
ପ୍ରତିରକ୍ଷା ଅଧିକାରୀମାନେ ସୂଚନା ଦେଇଛନ୍ତି ଯେ, ବିମାନଟି ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାର କାରଣ ଜାଣିବା ପାଇଁ କୋର୍ଟ ଅଫ୍ ଇନକ୍ୱାରି ନିର୍ଦ୍ଦେଶ ଦିଆଯାଇଛି। ଏହି ଦୁର୍ଘଟଣା ସଂପର୍କରେ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି। ଆହତ ପାଇଲଟମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

  • Related Posts

    ଆଶାରାମ ବାପୁଙ୍କୁ ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

    ନୂଆଦିଲ୍ଲୀ: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ ଅନ୍ତରୀଣ ଜାମିନ ଦେବାକୁ ମନା କରିଦେଇଛନ୍ତି। ୮୫ ବର୍ଷୀୟ ବୃଦ୍ଧ ସ୍ବାସ୍ଥ୍ୟଗତ ସମସ୍ୟା…

    Continue reading
    ଘର ଭୁଶୁଡ଼ି ଗୋଟିଏ ପରିବାରର ୬ ମୃତ

    ପ୍ରତାପଗଡ: ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲ୍ଲାର ମହୁଲି ବଜାର ଅଞ୍ଚଳରେ ଗୁରୁବାର ଭୋର ସମୟରେ ପ୍ରବଳ ବର୍ଷା ଯୋଗୁଁ ଏକ ପୁରୁଣା କୋଠା ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ୬ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇଜଣ କୋମଳମତି ଶିଶୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ