‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ ବିକାଶ ହିଁ ଲକ୍ଷ୍ୟ କୁ ଆଧାର କରି ବିକଶିତ ଭାରତ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି ବୋଲି ନବନିଯୁକ୍ତ ରାଜ୍ୟ ପ୍ରଭାରୀ ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷା ଓ ସାଂସଦ ଶ୍ରୀମତୀ ଡି.ପୁରନ୍ଦେଶ୍ୱରୀ କହିଛନ୍ତି । ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ଶ୍ରୀମତୀ ପୁରନ୍ଦେଶ୍ୱରୀ ଏବଂ ସହପ୍ରଭାରୀ ତଥା ରାଷ୍ଟ୍ରୀୟ ସଂପାଦକ ଡ.ସ୍ୱଦେଶ ସିଂହ ରାଜ୍ୟରେ ଚାଲିଥିବା ‘ସେବା ସଂକଳ୍ପ ଅଭିଯାନ” ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ‘ସେବା ହିଁ ପରମ ଧର୍ମ’ର ମହାନ ମନ୍ତ୍ରକୁ ପାଥେୟ କରି ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ୨୫ ବର୍ଷର ଜନସେବା ଯାତ୍ରାକୁ ସ୍ମରଣୀୟ କରିବା ଉଦ୍ଦେଶ୍ୟରେ ଗତ ସେପ୍ଟେମ୍ବର ୧୭ ରୁ ଦେଶବ୍ୟାପୀ ଆରମ୍ଭ ହୋଇଥିବା “ସେବା ସଂକଳ୍ପ ଅଭିଯାନ-୨୦୨୬” ଅନ୍ତର୍ଗତ ‘ନମୋ ସେବା ଗାଥା – ପଥପ୍ରାନ୍ତ ନାଟକ’ କାର୍ଯ୍ୟକ୍ରମରେ ରାଜ୍ୟ ପ୍ରଭାରୀ ଶ୍ରୀମତୀ ପୁରନ୍ଦେଶ୍ୱରୀ ଏବଂ ସହପ୍ରଭାରୀ ଡ.ସିଂହ ଯୋଗ ଦେଇଥିଲେ । ଖୋର୍ଦ୍ଧା ଜିଲ୍ଲା ଜଟଣୀ ନିକଟସ୍ଥ ଜାମୁକୋଳିଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି, ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ, ରାଜ୍ୟ ସାଧାରଣ ସଂପାଦିକା ଶ୍ରୀମତୀ ପୂର୍ଣ୍ଣିମା ନାୟକ, ରାଜ୍ୟ ପ୍ରକୋଷ୍ଠ ସମୁହ ସହ ସଂଯୋଜକ ଶ୍ରୀ ସୁଦୀପ୍ତ ରାୟ, ଖୋର୍ଦ୍ଧା ଜିଲ୍ଲା ସଭାପତି ଶ୍ରୀ ବିଶ୍ୱରଂଞ୍ଜନ ବଡଜେନା ପ୍ରମୁଖ ଉପସ୍ଥିତ ଥିଲେ ।
ଦୁଇ ଦିନିଆ ଓଡିଶା ଗସ୍ତରେ ଥିବା ରାଜ୍ୟ ପ୍ରଭାରୀ ଶ୍ରୀମତୀ ପୁରନ୍ଦେଶ୍ୱରୀ ଏବଂ ରାଜ୍ୟ ସହପ୍ରଭାରୀ ଡ.ସିଂହ ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ଏବଂ ପ୍ରକୋଷ୍ଠ ସମୁହ ସଂଯୋଜକ ଏବଂ ସହସଂଯୋଜକଙ୍କ ବୈଠକ କରି ଆଲୋଚନା କରିଥିଲେ । ଏହା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦଙ୍କ ସହ ସରକାର ଓ ସଂଗଠନ ମଧ୍ୟରେ ସମନ୍ୱୟକୁ ଗୁରୁତ୍ୱ ଦେଇ ଚର୍ଚ୍ଚା ଓ ଆଲୋଚନା କରିଥିଲେ । ଦଳର ସାଂଗଠନିକ କାର୍ଯ୍ୟକ୍ରମ, ଆଗାମୀ କାର୍ଯ୍ୟସୂଚୀ, ବିଭିନ୍ନ ମୋର୍ଚ୍ଚାଗୁଡିକର କାର୍ଯ୍ୟଦକ୍ଷତା ଏବଂ ତୃଣମୁଳସ୍ତରରେ ଦଳକୁ ଅଧିକ ସୁଦୃଢ କରିବାର ବିଭିନ୍ନ ଦିଗ ସଂପର୍କରେ ନେତୃବୃନ୍ଦଙ୍କ ସହ ଆଲୋଚନା କରିଥିଲେ । ଜନସାଧାରଣଙ୍କ ନିକଟତର ହେବା ଏବଂ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନ ଏବଂ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନଙ୍କ ନେତୃତ୍ୱରେ ଓଡିଶାରେ ବିଜେପି ସଂଗଠନକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ସଂପର୍କରେ ଆଲୋଚନା କରିଥିଲେ । ଏହି ଅବସରରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।
ଦିଲ୍ଲୀ ପ୍ରତ୍ୟାବର୍ତ୍ତନ ପୂର୍ବରୁ ପ୍ରଭାରୀ ଶ୍ରୀମତୀ ଡି.ପୁରନ୍ଦେଶ୍ୱରୀ ଏବଂ ସହପ୍ରଭାରୀ ଡ.ସ୍ୱଦେଶ ସିଂହ ଆଜି ପ୍ରଭୂ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରି ଆଶୀର୍ବାଦ ନେଇଥିଲେ ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ଜ୍ଞାନେଶ କୁମାରଙ୍କୁ ନେଇ ପୁରୁଣା ମାମଲା ପୁଣି ଚର୍ଚ୍ଚାରେ, ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ

    ନୂଆଦିଲ୍ଲୀ: CEC ଜ୍ଞାନେଶ କୁମାରଙ୍କୁ ନେଇ ୨୦୦୬ ମାମଲାରେ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞନେଶ କୁମାରଙ୍କୁ ନେଇ ପ୍ରାୟ ୨୦ ବର୍ଷ ପୁରୁଣା ଏକ ମାମଲା ପୁଣି ଚର୍ଚ୍ଚାକୁ ଆସିଛି । ୨୦୦୬ର ଏହି ମାମଲାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ