ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ମାର୍ଚ୍ଚ ୫ ଅର୍ଥାତ ଆଜି ଓଡ଼ିଶାର ବରପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ବିଜୁ ପଟ୍ଟନାୟକଙ୍କ ଜୟନ୍ତୀଙ୍କୁ ମହାସମାରୋହରେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ଆଜି ଜୟଦେବ ଭବନରେ ଆୟୋଜନ ହେବ ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମ । ଏପଟେ ଭୂମିପୁତ୍ରକୁ ମନେ ପକାଉଛି ଓଡ଼ିଶା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ବିଜୁ ପଟ୍ଟନାୟକଙ୍କୁ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ଏକ୍ସରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ମୋଦି ଏକ୍ସରେ ଲେଖିଛନ୍ତି ‘ଓଡ଼ିଶାର ବିକାଶ ସହ ଲୋକଙ୍କୁ ସଶକ୍ତ କରିବାରେ ବିଜୁ ପଟ୍ଟନାୟକଙ୍କ ଅବଦାନ ଅବିସ୍ମରଣୀୟ ।’

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ