ବିଜେଡିକର୍ମୀଙ୍କ ଉପରକୁ ଟିୟର ଗ୍ୟାସ୍ ପ୍ରୟୋଗ

ଭୁବନେଶ୍ବର: ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବାକୁ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି । ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇଛନ୍ତି ବିଜେଡି କର୍ମୀ । ଲୋୟର ପିଏମ୍‌ଜିରେ ପ୍ରଥମ ବ୍ୟାରିକେଡ୍ ଭାଙ୍ଗି ଆଗକୁ ବଢ଼ିଲେ ବିଜେଡି କର୍ମୀ । ଆନ୍ଦୋଳନସ୍ଥଳରେ ବିଜେଡି କର୍ମୀଙ୍କ ଉପରେ ପାଣି ମାଡ଼ କରିଛି ପୋଲିସ । ଆନ୍ଦୋଳନକାରୀଙ୍କ ଉପରକୁ ମଧ୍ୟ ଟିୟର ଗ୍ୟାସ୍ ପ୍ରୟୋଗ କରାଯାଇଛି । ଏମିତି କି ଆନ୍ଦୋଳନସ୍ଥଳରେ ଟେକା, ପଥର ମାଡ଼ ମଧ୍ୟ ହୋଇଥିବା ଦେଖିବାକୁ ମିଳିଛି । କିଛି ପୋଲିସ କର୍ମଚାରୀ ଆହତ ହୋଇଥିବା ସୂଚନା ମିଳିଛି । ଶତାଧିକ ଆନ୍ଦୋଳନକାରୀଙ୍କୁ ଉଠାଇ ନେଇଛି ପୋଲିସ ।

ହଜାର ହଜାର ବିଜେଡି କର୍ମୀ ଶୋଭାଯାତ୍ରାରେ ଆସି ଲୋକସେବା ଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଲୋକସେବା ଭବନ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ । ପୁଲିସ ଓ ସୁରକ୍ଷାକର୍ମୀ ସେମାନଙ୍କ ଅଟକାଇବାକୁ ଚେଷ୍ଟା କରିଥିବା ବେଳେ ବିଜେଡି କର୍ମୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ଏହାସହ ଆନ୍ଦୋଳନକାରୀଙ୍କୁ ଅଟକାଇବାକୁ ପୁଲିସ ପାଣିମାଡ଼ କରୁଥିବା ଦେଖିବାକୁ ମିଳିଛି । ଆନ୍ଦୋଳନ ତୀବ୍ର ହେବାରୁ ପୁଲିସ ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରିଛି । କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଜୋର ଜବରଦସ୍ତ ଉଠାଇ ନେଇଛି । ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ । ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ୟ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଇସ୍ତଫା ଦିଅନ୍ତୁ । ଘଟଣାର ବିଚାରବିଭାଗୀୟ ତଦନ୍ତ ହେଉ । ଏସବୁ ସହ ସରକାର ରାଜରାସ୍ତାରେ ଆଣ୍ଠୁମାଡ଼ି ନିଜର ଭୁଲ ପାଇଁ କ୍ଷମାପ୍ରାର୍ଥନା କରନ୍ତୁ ବୋଲି ବିଜେଡ଼ି ଦାବି କରିଛି ।

  • Garvita Odia

    Related Posts

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ସମ୍ୱଲପୁର: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଜଣେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସଂପର୍କ ରଖିବା ଓ ପରେ ପ୍ରତାଡ଼ନା କରିବା ଅଭିଯୋଗରେ ମହିଳା ପୁଲିସ ଦ୍ବାରା ଗିରଫ ସହକାରୀ ପ୍ରଫେସରଙ୍କୁ ସରକାର ନିଲମ୍ବିତ…

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଭୁବନେଶ୍ବର: ଯେକୌଣସି ଦଳ ହେଉ, ଯେଉଁମାନେ ମହିଳା ପ୍ରସଙ୍ଗରେ ବିଜେପି ସରକାର ବିରୁଦ୍ଧରେ ଲଢିବ ସେମାନଙ୍କ ପ୍ରତି ବିଜେଡ଼ିର ନୈତିକ ସମର୍ଥନ ରହିବ। ପୀଡିତାଙ୍କ ଅଭିଯୋଗକୁ ସମସ୍ତେ ଅଣଦେଖା କଲେ। ଯେଉଁଥିପାଇଁ ସେ ଜୀବନ ହାରିଲା। ଏହା ଜନତାଙ୍କ ପ୍ରତିକ୍ରିୟା। ଆମେ…

    Leave a Reply

    Your email address will not be published. Required fields are marked *

    You Missed

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ଅଧ୍ୟାପକ ଗୋପୀକାନ୍ତ ସୁନା  ନିଲମ୍ବିତ

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଆମକୁ  ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ,  ବିଜେପିକୁ ରଖନ୍ତୁ

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ବିରୋଧୀଙ୍କ ଉପରେ ବର୍ଷିଲେ  ଅପରାଜିତା

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ମହିଳା ହେଲପଲାଇନ ନଂ-୧୮୧

    ମହିଳା ହେଲପଲାଇନ ନଂ-୧୮୧