ଭୁବନେଶ୍ୱର।୧୫ ଜାନୁଆରୀ,୨୦୨୬: ବିଜେଡିର ବଡ଼ କାର୍ଯ୍ୟାନୁଷ୍ଠାନ। ୨ ବିଧାୟକଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ପାଟକୁରା ବିଧାୟକ ତଥା ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପ୍ରୁଅ ଅରବିନ୍ଦ ମହାପାତ୍ର ଏବଂ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏନେଇ ବାଚସ୍ପତିଙ୍କୁ ବିଜେଡି ତରଫରୁ ସୂଚନା ଦିଆଯାଇଛି। ଉଭୟ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ଗତ ୨୦୨୪ ବିଧାନସଭା ନିର୍ବାଚନରେ ବିଜେଡି ଟିକେଟରେ ଲଢ଼ି ବିଧାୟକ ହୋଇଥିଲେ। ଏହି ଦୁଇନେତା ବାରମ୍ବାର ବିଜେଡି ଓ ଦଳର ସୁପ୍ରିମୋଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଉଥିବା ଅଭିଯୋଗ ହେଉଥିଲା। ତେବେ ଦଳର ସୁପ୍ରିମୋଙ୍କ ଏଭଳି ନିଷ୍ପତ୍ତି ପରେ ଏବେ ବିଜେଡି ଭିତରେ କମ୍ପନ ଦେଖିବାକୁ ମିଳିଛି।
କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି
ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…




