ବିଜେଡି ମିଛ କଥା କହି ଭୋଟ ନେବା ସହ କିଛି କାମ କରନ୍ତି ନାହିଁ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁନ୍ଦରଗଡ କାର୍ୟ୍ୟକ୍ରମରୁ ୨୦ ଲକ୍ଷ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ରାଶି ଭେଟି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେପଟେ କାର୍ୟ୍ୟକ୍ରମ ମଞ୍ଚରୁ ପୂର୍ବ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି, ପୂର୍ବ ସରକାର ମିଶନ ଶକ୍ତିର ଖୁବ ପ୍ରଚାର କରିଥିଲେ । ସେଥିରେ ୭୦ ଲକ୍ଷ ମହିଳା ସାମିଲ ହୋଇଛନ୍ତି ବୋଲି ଡିଣ୍ଡିମ ପିଟୁଥିଲେ । କିନ୍ତୁ ସିଧାସଳଖ ମହିଳା ମାନଙ୍କୁ ସଶକ୍ତ କରିବା ପାଇଁ ଆର୍ଥିକ ସହାୟତା ଦେଉନଥିଲେ । ମିଶନ ଶକ୍ତିରେ କୋବଳ ସୁଧ ମୁକ୍ତ ଋଣ ମିଳୁଥିଲା । ହେଲେ ଆମ ସରକାର ସୁଭଦ୍ରା ଯୋଜନା ମାଧ୍ୟମରେ ମହିଳାମାନଙ୍କୁ ବାର୍ଷିକ ୨ଟି କିସ୍ତିରେ ୧୦ ହଜାର ଟଙ୍କା ଦବେ । ଏହାସହ ୨୦୧୫-୧୬ ମସିହାରେ ଚାଷୀମାନଙ୍କୁ କ୍ବିଣ୍ଟାଲ ଧାନ ପିଛା ୧୦୦ ଟଙ୍କା ବୋନସ ଦେବା ପାଇଁ ନବୀନ ପଟ୍ଟନାୟକ ସରକାର ଘୋଷଣା କରିଥିଲେ । ଚାଷୀଙ୍କୁ ୧ ଟଙ୍କା ମିଳିଲା ନାହିଁ । ବିଜେଡି ସରକାର କେବଳ ଘୋଷଣା କରନ୍ତି, ହେଲେ କାମରେ କରି ଦେଖାନ୍ତିନାହିଁ । ବିଜେଡି ମିଛ କଥା କହି ଭୋଟ ନେବା ସହ କିଛି କାମ କରନ୍ତି ନାହିଁ ।”

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ