ବିଜେପିରୁ ୫ ସସପେଣ୍ଡ

ଭୁବନେଶ୍ୱର: ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣାରେ ବିଜେପି ପକ୍ଷରୁ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବିଜେପିରୁ ୫ ଜଣଙ୍କୁ ସସପେଣ୍ଡ କରାଯାଇଛି । ସେମାନେ ହେଲେ କର୍ପୋରେଟର ଅପରୂପ ନାରାୟଣ ରାଉତ, ରଶ୍ମିରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚ୍ଚିକାନ୍ତ ସ୍ୱାଇଁ ଓ ସଞ୍ଜୀବ ମିଶ୍ର । ଏମାନଙ୍କୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦଳର ପ୍ରାଥମିକ ସଦସ୍ୟ ପଦରୁ ସସପେଣ୍ଡ କରିଛନ୍ତି ।

ସୂଚନା ଅନୁସାରେ, ସୋମବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟା ସମୟରେ ଅତିରିକ୍ତ କମିଶନର ଶ୍ରୀ ସାହୁ ନିଜ କାର୍ୟ୍ୟାଳୟରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରୁଥିବାବେଳେ ୬ରୁ ୭ଜଣ ଲୋକ ତାଙ୍କୁ ଆକ୍ରମଣ କରିଥିଲେ । ଏପରିକି ତାଙ୍କୁ ଘୋଷାଡ଼ି ନେଇ ମୁହଁକୁ ଗୋଇଠା ମାରିବା ସହ ଅମାନବୀୟ ଢଙ୍ଗରେ ମାଡ଼-ଗାଳି ସହ ରକ୍ତାକ୍ତ କରିଦେଇଥିଲେ । ତାଙ୍କୁ ସେଠାରୁ ଜବରଦସ୍ତି ଏକ ଗାଡ଼ିକୁ ଟାଣି ନେଇ ଏକ ନିର୍ଦ୍ଦିଷ୍ଟ ରାଜନୀତିକ ଦଳର ନେତାଙ୍କୁ କ୍ଷମା ମାଗିବା ପାଇଁ ବାଧ୍ୟ କରିଥିଲେ ।ଏନେଇ ବିଏମସି ଅତିରିକ୍ତ କମିଶନର ଶ୍ରୀ ସାହୁ ଖାରବେଳ ନଗର ଥାନାରେ ଅଭିଯୋଗ କରିଥିବାବେଳେ ବିଏମସିର କର୍ମଚାରୀମାନେ ଏହି ଆକ୍ରମଣର ପ୍ରତିବାଦରେ ଧାରଣାରେ ବସିଥିଲେ । ପରେ ବିଜେଡିର କର୍ମୀ ଓ କର୍ପୋରେଟରମାନେ ସନ୍ଧ୍ୟାରେ ପହଂଚି ଜନପଥରେ ରାସ୍ତାରୋକ ଆନ୍ଦୋଳନ କରିଥିଲେ । ଅଭିଯୁକ୍ତମାନଙ୍କୁ ଗିରଫ ସହ ସେମାନଙ୍କର ଗଡ଼ଫାଦରଙ୍କୁ ଗିରଫ ନିମନ୍ତେ ଦାବି କରିଥିଲେ ।
ଆନ୍ଦୋଳନକାରୀଙ୍କୁ ରାସ୍ତାରୁ ହଟାଇବା ପାଇଁ ପୁଲିସ ପ୍ରୟାସ କରିଥିବାବେଳେ ବିଜେଡି କର୍ମୀ ଓ ପୁଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ପୁଲିସ ସେମାନଙ୍କୁ ଧାରଣାସ୍ଥଳରୁ ବଳପୂର୍ବକ ଉଠାଇ ନେବାପରେ ରାସ୍ତାରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଛି ।
ଏହି ଘଟଣାରେ ପୁଲିସ ଏପର୍ୟ୍ୟନ୍ତ ୩ଜଣଙ୍କୁ ଗିରଫ କରିଛି । ୨୯ ନମ୍ବର ୱାର୍ଡ କର୍ପୋରେଟର ଜୀବନ ରାଉତଙ୍କ ସମେତ ରଶ୍ମୀ ମହାପାତ୍ର ଓ ଦେବାଶୀଷ ପ୍ରଧାନଙ୍କୁ ପୁଲିସ ଗିରଫ କରିଥିବାବେଳେ ଅଧିକ ସଂଖ୍ୟକ ଗିରଫ ହୋଇପାରେ ବୋଲି ସୂଚନା ଦେଇଛି ।

  • Related Posts

    ଶନିବାର କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

    ଜୟପୁର: ଶନିବାର କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସହର ଉପକଣ୍ଠ ବାଙ୍କବିଜାରେ ଆୟୋଜିତ ସମାବେଶରେ ଯୋଗଦେବେ । ୯ ତାରିଖ ପୂର୍ବାହ୍ଣରେ ମହିଳାଙ୍କୁ ସୁଭଦ୍ରା ଯୋଜନା ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । ଏହାକୁ…

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଭୁବନେଶ୍ଵର: ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍‌ସରେ ଚଢ଼ାଉ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)। ଶୁକ୍ରବାର ସିବିଆଇ ଟିମ ଏମ୍‌ସରେ ପହଞ୍ଚି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିବା ସହିତ ଭୁବନେଶ୍ଵରର ଅନ୍ୟ ୨ଟି ସ୍ଥାନରେ ଚଢ଼ାଉ କରିଛି। ଏହାବ୍ୟତୀତ ଜଗତସିଂହପୁରର…

    Leave a Reply

    Your email address will not be published. Required fields are marked *

    You Missed

    କେନ୍ଦ୍ର କ୍ୟାବିନେଟ: ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି

    କେନ୍ଦ୍ର କ୍ୟାବିନେଟ: ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି

    ଶନିବାର କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

    ଶନିବାର କୋରାପୁଟ  ଯିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଝିଆରୀକୁ ଗର୍ଭବତୀ କଲା ପିଉସା

    ଝିଆରୀକୁ ଗର୍ଭବତୀ କଲା ପିଉସା

    ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲା: ପୀଡ଼ିତାଙ୍କ ଘରେ ଫୋରେନସିକ ଟିମ୍‌ର ତଦନ୍ତ

    ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲା: ପୀଡ଼ିତାଙ୍କ ଘରେ ଫୋରେନସିକ ଟିମ୍‌ର ତଦନ୍ତ

    ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

    ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ