ବିଜେପି ରାଷ୍ଟ୍ରୀୟ ସଭାପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ବିଜେପି ସଭାପତି ମନେମୋହନ ସାମଲ । ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ବିଜେପି ରାଷ୍ଟୟୀୟ ସଭାପତି ଜେପି ନଡ୍ଡାଙ୍କୁ ଭେଟିଛନ୍ତି । ଜେପି ନଡ୍ଡାଙ୍କୁ ସାକ୍ଷାତ କରିବା ସହ ସାଙ୍ଗଠନିକ ବିଷୟରେ ଆଲୋଚନା କରିଛନ୍ତି । ଏହାସହିତ ରାଜନୈତିକ ପରିସ୍ଥିତି ଓ ଆଗାମୀ କାର୍ଯ୍ୟପନ୍ଥା ନେଇ ବିସ୍ତୃତ ଆଲୋଚନା କରିଥିଲେ। ରାଜ୍ୟ ସରକାର ଭବିଷ୍ୟତ ଯୋଜନା ରଖି କେମିତି ତାକୁ କାର୍ଯ୍ୟକାରୀ କରୁଛନ୍ତି ସେ ସଂପର୍କରେ ମଧ୍ୟ ନଡ୍ଡାଙ୍କୁ ମୋହନ ଅବଗତ କରାଇଛନ୍ତି । ଏହାଛଡ଼ା ମୁଖ୍ୟମନ୍ତ୍ରୀ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କୁ ଭେଟି ବିଭନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।ଏନେଇ ନିଜ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ପୋଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ ଲେଖିଛନ୍ତି ଯେ, ମାନନୀୟ ନଡ୍ଡା ଜୀଙ୍କ ଦୃଷ୍ଟିଭଙ୍ଗୀ ଓ ପରାମର୍ଶ ଆମକୁ ଆଗାମୀ ଦିନରେ ଅଧିକ ସକ୍ରିୟ ଭାବରେ କାର୍ଯ୍ୟ କରିବା ପାଇଁ ପ୍ରେରିତ କରିବ ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ