ବିଜୟଙ୍କୁ ୟୁକେ ଗସ୍ତ ଅନୁମତି

ନୂଆଦିଲ୍ଲୀ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ୟୁନାଇଟେଡ୍‌ କିଙ୍ଗଡମ୍‌ (ୟୁକେ) ଗସ୍ତ ନିମନ୍ତେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ତରଫରୁ ଅନୁମତି ମିଳିଥିବା ଜନୈକ ଅଧିକାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ବିଜୟଙ୍କ ୟୁକେ ଗସ୍ତ ସମୟରେ ସେଠାରେ ଅବସ୍ଥାପିତ ଭାରତୀୟ ଉଚ୍ଚାୟୁକ୍ତ ସୁରକ୍ଷା ସମେତ ଅନ୍ୟାନ୍ୟ ବ୍ୟବସ୍ଥା କରିବେ ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ତରଫରୁ ଦର୍ଶାଯାଇଛି। ସୂଚନାଥାଉ କି ରବିବାର ମାଲେସିଆ ମୁଖ୍ୟମନ୍ତ୍ରୀ ଅନୱର ଇବ୍ରାହିମ୍‌ ଚେନ୍ନଇ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଥିଲା। ତେବେ ସେହି ସମୟରେ ବିଜୟ ୟୁକେ ଗସ୍ତରେ ଯିବାକୁ ଥିବାରୁ ତାମିଲନାଡୁରେ ଅନୁପସ୍ଥିତ ରହିବେ ବୋଲି ଜଣାପଡ଼ିଥିଲା। ଅନୱର ଇବ୍ରାହିମ୍‌ଙ୍କ ନିମନ୍ତେ ତାମିଲନାଡୁ ରାଜ୍ୟପାଳ ଏକ ନୈଶ୍ୟ ଭୋଜିର ଆୟୋଜନ କରିଥିଲେ। ତେବେ ବିଜୟଙ୍କ ୟୁକେ ଗସ୍ତ ପୂର୍ବ ନିର୍ଦ୍ଧାରିତ ଥିବାରୁ ସେ ରବିବାର ତାମିଲନାଡୁରେ ଅନୁପସ୍ଥିତ ରହିବେ ବୋଲି ରାଜ୍ୟ ସରକାରଙ୍କ ତରଫରୁ ଦର୍ଶାଯାଇଥିଲା। ଅନ୍ୟପକ୍ଷରେ ଅନୱରଙ୍କ ତାମିଲନାଡୁ ଗସ୍ତ ଇତିମଧ୍ୟରେ ବାତିଲ ହୋଇଯାଥିବା ଜଣାପଡ଼ିଛି। ସୂଚନାଥାଉ କି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଅନୱର ସାମାଜିକ ଗଣମାଧ୍ୟମରେ ଏକ ବାର୍ତ୍ତା ଦେଇ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ମାଲେସିଆ ଓ ତାମିଲନାଡୁ ମଧ୍ୟରେ ଦୀର୍ଘବର୍ଷ ଧରି ସାଂସ୍କୃତିକ, ଐତିହାସିକ ସମ୍ପର୍କ ରହିଥିବା ଦର୍ଶାଇଥିଲେ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ